www.samajalive.in
Tuesday, December 9, 2025
16.1 C
Bhubaneswar

ଆନ୍ଧ୍ରପ୍ରଦେଶରେ କୋଭିଡ଼ କେନ୍ଦ୍ରରେ ଅଗ୍ନିକାଣ୍ଡ ; ୭ ମୃତ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶର ବିଜୟୱାଡ଼ାର କୋଭିଡ଼ କେନ୍ଦ୍ରରେ ଆଜି ଭୋର ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୭ ମୃତ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇଥିବା ଜଣାପଡିଛି । ନିଆଁ ଲାଗିବା ପରେ ସେଠାରୁ ଅନ୍ୟମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଏହି କେନ୍ଦ୍ରରେ ପ୍ରାୟ ୪୦ ଜଣ ଲୋକେ ରହିଥିଲେ । ସେମାନଙ୍କ ମଧ୍ୟରୁ ୩୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ଅନ୍ୟ ୧୦ ଜଣ ହସ୍ପିଟାଲର କର୍ମଚାରୀ ଥିଲେ । ନିଆଁ ଲାଗିବାର ଖବର ପାଇ ଘଟଣାସ୍ଥଳରେ ଦମକଳକର୍ମଚାରୀ ପହଂଚି ନିଆଁକୁ ବହୁ କଷ୍ଟରେ ଆୟତ୍ତ କରିଥିବା ଜଣାପଡ଼ିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।
ସୂଚନା ଅନୁଯାୟୀ, ଏହି କୋଭିଡ଼ କେନ୍ଦ୍ରଟି ହେଉଛି ଏକ ହୋଟେଲ। ଯାହାକୁ କୋଭିଡ଼ କେନ୍ଦ୍ର କରାଯାଇଥିଲା। ଏହି ଘଟଣାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଦୁଃଖ ପ୍ରକାଶ କରିଛନ୍ତି। ଘଟଣାର ସଠିକ ତଦନ୍ତ ପାଇଁ ଆଦେଶ ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories