www.samajalive.in
Thursday, December 11, 2025
14.1 C
Bhubaneswar

ବାଣ କାରଖାନାରେ ଅଗ୍ନିକାଣ୍ଡ ; ୧୬ମୃତ

ଚେନ୍ନଇ : ତାମିଲନାଡୁର ସତ୍ତୁର ଜିଲା ଅନ୍ତର୍ଗତ ବିରୁଧୁନଗରଠାରେ ଶୁକ୍ରବାର ଏକ ଘରୋଇ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୬ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ପ୍ରାୟ ୩୬ଜଣ ଆହତ ହୋଇଛନ୍ତି। ସେମାନଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା ରହିଛି। ଆହତମାନଙ୍କୁ ଶିବକାଶୀ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଣ ତିଆରି ପାଇଁ ରଖାଯାଇଥିବା ରାସାୟନିକ ପଦାର୍ଥ ମିଶ୍ରଣ ସମୟରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ ଘଟିଥିବା ପ୍ରକାଶ। ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହ ପ୍ରାୟ ୧୦ଟି ଦମକଳ ଗାଡ଼ି ଅକ୍ଳାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛନ୍ତି। ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ଚାଲିଛି। ପ୍ରାଥମିକ ଅନୁସନ୍ଧାନରୁ ପ୍ରକାଶ ଯେ କାରଖାନା ଆବଶ୍ୟକ ସୁରକ୍ଷା ବିଧିବ୍ୟବସ୍ଥା ପାଳନ କରୁ ନ ଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଦୁର୍ଘଟଣାରେ ମୃତକଙ୍କ ପିଛା ୨ଲକ୍ଷ ଓ ଆହତଙ୍କ ପିଛା ୫୦ହଜାର ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସେହିପରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ. ପଲାନିସ୍ବାମୀ ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ ଏବଂ ଆହତଙ୍କ ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories