www.samajalive.in
Monday, December 15, 2025
26.1 C
Bhubaneswar

ହରଭଙ୍ଗା ବ୍ଲକ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ଗୁରୁତ୍ୱପୂର୍ଣ୍ଣ ଫାଇଲ, କମ୍ପ୍ୟୁଟର, ଆସବାବପତ୍ର ପୋଡି ପାଉଁଶ

ହରଭଙ୍ଗା : ହରଭଙ୍ଗା ବ୍ଲକ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ। ଆଜି ସକାଳେ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡରେ ବ୍ଲକର ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ସହିତ କମ୍ପ୍ୟୁଟର ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ବ୍ଲକ କାର୍ଯ୍ୟାଳୟ ଉପର ମହଲାରେ ଥିବା ବିପିସି ରୁମରେ ସକାଳୁ ସକାଳୁ ନିଆଁ ଲାଗିଥିଲା। ସେଠାରୁ ପ୍ରଚୁର ଧୂଆଁ ବାହାରୁଥିବା ଦେଖି ସମସ୍ତେ ଘଟଣାସ୍ଥଳରେ ପହଁଚିଥିଲେ। ଖବର ପାଇ ହରଭଙ୍ଗା ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଂଚି ଗ୍ୟାସ ସାହାଯ୍ୟରେ ନିଆଁକୁ ଲିଭାଇବାକୁ ଉଦ୍ୟମ କରିଥିଲା।  ଅଗ୍ନିକାଣ୍ଡରେ ପି. ଏମ. ୱାଇ ଫାଇଲ ସବୁ ପୋଡିଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନଥିବାବେଳେ ଖୁବ୍ ଶୀଘ୍ର ଏହାର ତଦନ୍ତ କରାଯିବ ବୋଲି କହିଛନ୍ତି ବିଡିଓ ଶରତ କୁମାର ସେଠୀ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories