www.samajalive.in
Tuesday, December 9, 2025
16.1 C
Bhubaneswar

ମହାରାଷ୍ଟ୍ରରର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ; ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ

ମୁମ୍ବଇ : ମହାରାଷ୍ଟ୍ରର ଭଣ୍ଡାରାରେ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ୧୦ ଶିଶୁଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
ସେହିପରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ସ୍ୱାସ୍ଥ୍ୟ ମନ୍ତ୍ରୀ, ଜିଲ୍ଲାପାଳ, ପୁଲିସ ଅଧିକାରୀଙ୍କୁ ଘଟଣାକୁ ନେଇ ଆଲୋଚନା କରିବା ସହ ତଦନ୍ତ ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କରାଯାଇଛି।
ଏହାସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ରାତି ପ୍ରାୟ ୨ଟା ସମୟରେ ଭଣ୍ଡାରା ଜିଲାରେ ଥିବା ହସ୍ପିଟାଲରେ ନିଆଁ ଲାଗି ଯିବା ଫଳରେ ୧୦ ଶିଶୁଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇ ଯାଇଛି। ଏହାସହ ୭ ଜଣ ଶିଶୁଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।
ଶିଶୁମାନଙ୍କ ବୟସ ୧ ଦିନରୁ ୩ ମାସ ମଧ୍ୟରେ ବୋଲି ପ୍ରାର୍ଥକିକ ସୁଚନା ମିଳିଛି। ଅଗ୍ନିକାଣ୍ଡର କାରଣ ସର୍ଟ ସର୍କିଟ ବୋଲି ସନ୍ଦେହ କରାଯାଉଛି। ହସ୍ପିଟାଲ ରେ ନିଆଁ ଲାଗିଥିବା ୱାର୍ଡରେ ପ୍ରାୟ ୧୭ ଜଣ ଶିଶୁ ଥିଲେ ବୋଲି କୁହାଯାଉଛି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories