MEllora 950×100

କେଶରୀ ମଲ୍‌ରେ ନିଆଁ

ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ କେଶରୀ ମଲ୍‌ରେ ରବିବାର ଅଗ୍ନିକାଣ୍ଡ ଘଟିଛି। ମଲ୍‌ର ପ୍ରଥମ ଓ ଦ୍ବିତୀୟ ମହଲାରେ ନିଆଁ ଲାଗିଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ମଲ୍‌ ସମ୍ପୂର୍ଣ୍ଣ ଧୂଆଁମୟ ହୋଇଯାଇଥିବା ଦେଖିବାକୁ ମିଳିଛି। ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି।

ଅପରପକ୍ଷେ ଘଟଣାସ୍ଥଳରେ ଭୁବନେଶ୍ବର ମେୟର ସୁଲୋଚନା ଦାସ ପହଞ୍ଚି ସ୍ଥିତି ଯାଞ୍ଚ କରିଛନ୍ତି। ଘଟଣାର ତଦନ୍ତ ହେବ ବୋଲି କହିଛନ୍ତି ମେୟର।

Comments are closed.