www.samajalive.in
Monday, December 15, 2025
24.1 C
Bhubaneswar

ମହାକୁମ୍ଭ ଅଗ୍ନିକାଣ୍ଡ: ପ୍ରୟାଗରାଜରେ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ୧୮ଟି ଟେଣ୍ଟ

ଡେସ୍କ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଥିବା ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ମହାକୁମ୍ଭ ଟେଣ୍ଟ ସିଟିର ସେକ୍ଟର ୧୯ରେ ଏହି ଅଗ୍ନିକାଣ୍ଡ ଘଟିଛି। ରୋଷେଇ ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଏହା ଘଟିଥିବା ପୁଲିସ କହିଛି।

କୁମ୍ଭମେଳାର ମୁଖ୍ୟ ଅଗ୍ନିଶମ ଅଧିକାରୀ ପ୍ରମୋଦ ଶର୍ମା କହିଛନ୍ତି ଯେ ୧୮ଟି ତମ୍ବୁରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ୧୫ଟି ଦମକଳ ବାହିନୀ ନିୟୋଜିତ ହୋଇଛନ୍ତି। ପ୍ରୟାଗରାଜ ଜିଲ୍ଲା ମାଜିଷ୍ଟ୍ରେଟ ରବୀନ୍ଦ୍ର କୁମାର କହିଛନ୍ତି ଯେ ଗୀତା ପ୍ରେସର ଟେଣ୍ଟରେ ଅପରାହ୍ନ ପ୍ରାୟ ସାଢ଼େ ୪ଟା ବେଳେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଗ୍ନିକାଣ୍ଡ ଘଟଣାକୁ ଗୁରୁତ୍ୱ ଦେଇଛନ୍ତି। ସେ ଘଟଣାସ୍ଥଳ ପରିଦର୍ଶନ କରିବା ସହ ଅଧିକାରୀ ଓ ଅଗ୍ନିଶମ ଟିମ୍ ସହ କଥା ହୋଇଥିଲେ।

- Advertisement -

ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଆଦିତ୍ୟନାଥଙ୍କ ସହ କଥା ହୋଇ ମହାକୁମ୍ଭରେ ଅଗ୍ନିକାଣ୍ଡ ସମ୍ପର୍କରେ ପଚାରି ବୁଝିଥିଲେ।

ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ଫେବୃଆରୀ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଜାନୁଆରୀ ୧୮ ତାରିଖ ସୁଦ୍ଧା ମହାକୁମ୍ଭ ୨୦୨୫ରେ ୭୭.୨ ନିୟୁତରୁ ଅଧିକ ଶ୍ରଦ୍ଧାଳୁ ସଙ୍ଗମ ତ୍ରିବେଣୀରେ ସ୍ନାନ କରିଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ରବିବାର ୪୬.୯୫ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ସ୍ନାନ କରିଥିଲେ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories