www.samajalive.in
Saturday, December 6, 2025
19.1 C
Bhubaneswar

ମହାରାଷ୍ଟ୍ରର ହସ୍ପିଟାଲରେ ଅଗ୍ନିକାଣ୍ଡ ; ୪ ରୋଗୀ ମୃତ

ଠାଣେ : ମହାରାଷ୍ଟ୍ରର ଥାନେର ମୁମ୍ବ୍ରା ଅଞ୍ଚଳରେ ଆଜି ସକାଳ ସମୟରେ ପ୍ରାଇମ କ୍ରିଟିକେୟାର ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି। ଏହାସହ ପ୍ରାୟ ୨୦ରୁ ଅଧିକ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ନିଆଁ ଲାଗିବାମାତ୍ରେ ଆଇସିୟୁରେ ଥିବା ୬ ରୋଗୀଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଥିବା ସମୟରେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଥାନେ ଅଞ୍ଚଳର ମହାନଗରନିଗମ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ ମୃତକ ପରିଜନଙ୍କୁ ୫ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଦେବା ପାଇଁ ଘୋଷଣା କରାଯାଇଛି।
ସର୍ଟସର୍କିଟ କାରଣରୁ ନିଆଁ ଲାଗିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ବେଳେ ଏନେଇ କୌଣସି ସ୍ପଷ୍ଟତା ଏଯାଏଁ ମିଳିପାରି ନାହିଁ।
ଏଠାକାର ଏକ ପୁଲିସ ଅଧିକାରୀଙ୍କ କହିବା ଅନୁଯାୟୀ, ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶବ ବ୍ୟବଚ୍ଛେଦ ପରେ ସେମାନଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ। ପ୍ରଥମେ ମିଳିଥିବା ସୂଚନା ଅନୁଯାୟୀ, ହସ୍ପିଟାଲରେ ୧୨ ଜଣ ରୋଗୀ ଥିଲେ। ମାତ୍ର ଏଠାକୁ ଆସିବା ପରେ ରୋଗୀଙ୍କ ସଂଖ୍ୟା ଅଧିକ ବୋଲି ଜଣାପଡିଛି। ତେଣୁ ସଠିକ ତଥ୍ୟ ସମ୍ପୂର୍ଣ୍ଣ ତଦନ୍ତ ହେବା ପରେ ଜଣାପଡିବ ବୋଲି ସେ କହିଛନ୍ତି।

 

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories