www.samajalive.in
Monday, December 15, 2025
16.1 C
Bhubaneswar

ପେଟ୍ରୋଲ ପମ୍ପ ଅଫିସରେ ଅଗ୍ନିକାଣ୍ଡ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

କଣାସ: ପୁରୀ ଜିଲ୍ଲା ପିପିଲି ସାତଶଙ୍ଖ ରୂପଦେଇପୁର ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ ଅଫିସରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି। ପେଟ୍ରୋଲ ପକାଇବାକୁ ଆସିଥିବା ଗ୍ରାହକମାନେ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଏହାପରେ ତୁରନ୍ତ ପିପିଲି ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ନିଆଁ ବ୍ୟାପିବା ପୂର୍ବରୁ ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ନିଆଁ ଲାଗିବାର କାରଣ ଜଣାପଡିନଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories