www.samajalive.in
Monday, December 15, 2025
26.1 C
Bhubaneswar

ସେବା ସମବାୟ ସମିତିରେ ଅଗ୍ନିକାଣ୍ଡ

ଜଳେଶ୍ୱର: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚଳପଳାଶିଆ ଗାଁର ସେବା ସମବାୟ ସମିତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ କେମିତି ଲାଗିଲା କାରଣ ଜଣାପଡିନାହିଁ। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷାଧିକ ଟଙ୍କାର ଆସବାପତ୍ର ଓ ଚାଷୀଙ୍କ କାଗଜପତ୍ର ପୋଡି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି। ବିଭିନ୍ନ ଦାବି ପୂରଣ ନିମନ୍ତେ ଭୋଗରାଇଠାରେ ଚକପଳାସିଆ ସେବାସମବାୟ ସମିତି କର୍ମଚାରୀମାନେ ଧାରଣାରେ ଅଛନ୍ତି। ଏହା ମଧ୍ୟରେ ଆଜି ଭୋର ପ୍ରାୟ ୩ଟା ବେଳେ କୌଣସି କାରଣ ଯୋଗୁ ସେବା ସମବାୟ ସମିତିରେ ନିଆଁ ଲାଗିଯାଇଥିଲା। ତେବେ ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories