www.samajalive.in
Monday, December 8, 2025
27.1 C
Bhubaneswar

କଟକ ତୁଳସୀପୁରର ସନ୍ ହସ୍ପିଟାଲରେ ବଡ଼ ଧରଣର ଅଗ୍ନିକାଣ୍ଡ

କଟକ : କଟକ ତୁଳସୀପୁରର ଏକ ହସ୍ପିଟାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ତୁଳସୀପୁରର ସନ୍ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ସନ୍ ହସ୍ପିଟାଲରେ ୪ର୍ଥ ମହଲାରେ ଥିବା କ୍ୟାଣ୍ଟିନରେ ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ମୃତାହତ ସଂପର୍କରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।

ସମସ୍ତ ରୋଗୀଙ୍କୁ କଟକ ବଡ଼ ଡାକ୍ତରଖାନା ସମେତ ଅନ୍ୟ ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଛି। ଅଗ୍ନିଶମ ବାହିନୀ ଦୀର୍ଘ ସମୟର ପ୍ରୟାସ ପରେ ନିଆଁକୁ ଆୟତ କରିଛି। ​ତେବେ ସମଗ୍ର ଅଞ୍ଚଳରେ ଧୂଆଁ ବ୍ୟାପି ଯାଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜଳ ସିଞ୍ଚନ କରାଯାଉଛି। ଅଗ୍ନିଶମ ବାହିନୀର ଅତ୍ୟାଧୁନିକ ଯନ୍ତ୍ର ସାହାଯ୍ୟରେ ୪ର୍ଥ ମହଲା ତଥା ଅନ୍ୟ ମହଲାରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅଣ ଓସାରିଆ ରାସ୍ତା ଯୋଗୁଁ ଉଦ୍ଧାର କାର୍ଯ୍ୟ ବିଳମ୍ବ ହେଉଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories