www.samajalive.in
Saturday, December 6, 2025
26.1 C
Bhubaneswar

ତେଲେଙ୍ଗାନା ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ଫରିଦାବାଦ: ଫରିଦାବାର ବଲ୍ଲଭଗଡ଼ସ୍ଥିତ ପ୍ୟାଲା ଷ୍ଟେଶନ ନିକଟରେ ଗୁରୁବାର ସକାଳ ୭ଟା ୪୦ରେ ତେଲେଙ୍ଗାନା ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି। ଟ୍ରେନର କେତେକ ବଗିରେ ନିଆଁ ଲାଗିଯିବାରୁ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ତେବେ ଏଥିରେ କେହି ମୃତାହତ ହୋଇଥିବା ସମ୍ପର୍କରେ ସୂଚନା ମିଳିନାହିଁ। କିଛି ସମୟ ପରେ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସୂଚନା ମୁତାବକ, ବ୍ରେକ୍‌ ବାଇଣ୍ଡିଂରେ ନିଆଁ ଲାଗିଯିବାରୁ ତାହା ଟ୍ରେନର ୨ଟି କୋଚ୍‌କୁ ବ୍ୟାପିଯାଇଥିଲା। ଫଳରେ ଷ୍ଟେଶନ ନିକଟରେ ଟ୍ରେନକୁ ରୋକିବାକୁ ପଡ଼ିଥିଲା। ତୁରନ୍ତ ଯାତ୍ରୀମାନଙ୍କୁ ବଗିରୁ ଖାଲି କରାଯାଇଥିଲା। ଏହା ପରେ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲା।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories