www.samajalive.in
Monday, December 8, 2025
24.1 C
Bhubaneswar

ଦିଲ୍ଲୀର କାରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀର ମାୟାପୁରୀ ଫେଜ-୨ ଅଞ୍ଚଲରେ ଗୁରୁବାର ସକାଳେ କାରଖାନାରେ ନିଆଁ ଲାଗିଯାଇଥିବା ନେଇ ଖବର ମିଳିଛି। କାରଖାନାରେ ନିଆଁ ଲାଗିବା ମାତ୍ରେ ଘଟଣାସ୍ଥଳରେ ହଇଚଇ ସୃଷ୍ଟି ହୋଇଥିଲା। ଆଖପାଖ ଅଞ୍ଚଳ ସମ୍ପୂର୍ଣ୍ଣ ଧୂଆଁମୟ ଦେଖାଯାଇଥିଲା। ଖବର ପାଇ ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ଦମକଳର ପ୍ରାୟ ୨୨ଟି ଗାଡି ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ ସହ ଦଳ ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ। ଏଯାଏଁ ଏଥିରେ କ୍ଷୟକ୍ଷତି ହୋଇଥିବା ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ନିଆଁ ଲାଗିବାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି। ସକାଳ ୯ଟା ୩୦ରେ ନିଆଁ ଲାଗିଥିଲା।

 

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories