www.samajalive.in
Tuesday, December 9, 2025
17.1 C
Bhubaneswar

ବାଣ କାରଖାନାରେ ବିସ୍ଫୋରଣ: ୧୦ ମୃତ, ୧୨ ଆହତ

ଚେନ୍ନାଇ: ତାମିଳନାଡୁର ଏକ ବାଣ କାରଖାନାରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣଟି ଏତେ ଭୟଙ୍କର ଥିଲା ଯେ କାରଖାନା ସମେତ ନିକଟରେ ଥିବା ୪ଟି କୋଠା ଜଳିପୋଡି ପାଉଁଶ ହୋଇଯାଇଛି। ପରେ ଖବର ପାଇ ପୁଲିସ ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳକୁ ଯାଇ ମୃତକଙ୍କୁ ଉଦ୍ଧାର କରିଥିଲେ। ଏବଂ ଆହତ ହୋଇଥିବା ବ୍ୟକ୍ତିଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ବେଆଇନ ଭାବେ ଚାଲିଥିବା ଏହି ବାଣ କାରଖାନାରେ କିଛି ରସାୟନର ପଦାର୍ଥର ମିଶ୍ରଣ ଚାଲିଥିବାବେଳେ ଏହି ବିସ୍ଫୋରଣ ଘଟିଥିବା ସନ୍ଦେହ କରାଯାଉଛି। ସେପଟେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏବଂ ଆହତମାନଙ୍କୁ ସମସ୍ତ ଚିକିତ୍ସା ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories