ସମାଜ ଡିଜିଟାଲ ଡେସ୍କ: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅନ୍ତର୍ଗତ ମାଣିକପୁର ଗାଁରେ ରବିବାର ଗୁଳିକାଣ୍ଡ ଘଟିଛି। କେହି ଦୁର୍ବୃତ୍ତ ଗାଁର ଜଣେ ବ୍ୟକ୍ତିଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ଥାନାରେ ଅଭିଯୋଗ କରିବା ପରେ ପୁଲିସ ଜଣକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ପୂର୍ବ ଶତ୍ରୁତାରୁ ଏହି ଗୁଳିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।



