www.samajalive.in
Sunday, December 7, 2025
18.1 C
Bhubaneswar

ଦୁଇ ବ୍ୟବସାୟୀ ଭାଇଙ୍କୁ ଗୁଳିମାଡ଼

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ୧୫ ନମ୍ବର ୱାର୍ଡର ଲିଙ୍କ୍‌ ରୋଡ୍‌ ନିକଟରେ ସୋମବାର ସକାଳ ପ୍ରାୟ ସାଢ଼େ ୭ଟାରେ ଗୁଳିକାଣ୍ଡ ଘଟିଛି। ଦୁଇଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ୨ ଧାନ ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି। ଆହତ ଦ୍ବୟ ହେଲେ ଦୁଇ ଭାଇ ଦୟାଶଙ୍କର ସାହୁ ଏବଂ ଗୌରୀଶଙ୍କର ସାହୁ। ସେମାନଙ୍କୁ ନିକଟ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଜାମସେଦପୁରସ୍ଥିତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

- Advertisement -

ଲୁଟ୍‌ କିମ୍ବା ବ୍ୟବସାୟିକ ଶତ୍ରୁତା କାରଣରୁ ଏହି ଗୁଳିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ ସାଇଣ୍ଟିଫିକ୍‌ ଟିମ ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଅନ୍ୟପଟେ ଏହି ଘଟଣା ପରେ ସ୍ଥାନୀୟ ବ୍ୟବସାୟୀ ମହଲରେ ଆତଙ୍କ ଖେଳିଯାଇଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories