www.samajalive.in
Sunday, December 14, 2025
16.1 C
Bhubaneswar

ନାବାଳିକା ବଳାତ୍କାର ମାମଲାରେ  ସମ୍ପର୍କୀୟ ନାବାଳକ ଭାଇକୁ ଗିରଫ କରି କୋର୍ଟ ଚାଲାଣ କଲା ଫିରିଙ୍ଗିଆ ପୋଲିସ 

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ହୋଇଥିବା ଏକ ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତ ନାବାଳକକୁ ଗିରଫ କରି ପୋଲିସ ମଙ୍ଗଳବାର କୋର୍ଟ ଚାଲାଣ କରିଥିବା ବେଳେ ଅଭିଯୁକ୍ତ ଜଣକ ନାବାଳକ ହୋଇଥିବାରୁ ତାକୁ ରାଉରକେଲା ଠାରେ ଥିବା ଜୁଭେନାଲ ହୋମକୁ ପଠେଇ ଦିଆଯାଇଛି I ସୂଚନା ଅନୁସାରେ ଏହି ଫିରିଙ୍ଗିଆ ଥାନା ଅଞ୍ଚଳ ର ଜଣେ ୧୫ ବର୍ଷର ନାବାଳିକା ଘରେ ଏକୁଟିଆ ଥିବାର ସୁଯୋଗ ନେଇ ନାବାଳିକାର ଜଣେ ସମ୍ପର୍କୀୟ ନାବାଳକ ଭାଇ ଘରେ ପସି ଜୋର ଜବରଦସ୍ତ ନାବାଳିକାକୁ ଦୁଷ୍କର୍ମ କରିଥିଲା I ଘଟଣାକୁ ନେଇ ପୀଡିତା ନାବାଳିକାର ବାପା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ I
ଅଭିଯୋଗକୁ ନେଇ ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ ନିର୍ଦେଶ କ୍ରମେ ଥାନାରେ କାର୍ଯ୍ୟରତ ଏସଆଇ ଦିପକ ରାଉତଙ୍କୁ ଘଟଣାର ତଦନ୍ତ ଦାୟିତ୍ୱ ଦିଆଯାଇଥିଲା I ଘଟଣାକୁ ନେଇ ଥାନାରେ ୧୭୮/୨୦୨୫ ରେ ଏକ ଦୁଷ୍କର୍ମ ମାମଲା ରୁଜୁକରି ଘଟଣାର ୨ ଦିନ ମଧ୍ୟରେ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଥିଲା ପୋଲିସ I  ମଙ୍ଗଳବାର ଅଭିଯୁକ୍ତ ନାବାଳକକୁ ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯାଇଥିଲା ପରେ ମାନ୍ୟବର କୋର୍ଟ ଙ୍କ ନିର୍ଦେଶ କ୍ରମେ ଅଭିଯୁକ୍ତ ନାବାଳକକୁ ରାଉରକେଲା ଠାରେ ଥିବା ଜୁଭେନାଲ ହୋମକୁ ପଠେଇ ଦିଆଯାଇଥିବା ତଦନ୍ତ ଦାୟିତ୍ୱ ରେ ଥିବା ପୋଲିସ ଏସଆଇ ଦିପକ ରାଉତ ସୂଚନା ଦେଇଛନ୍ତି I

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories