ପୁରୀ: ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଆଜି ପୁରୀରେ ପ୍ରଥମ ରଥଯାତ୍ରା ସମନ୍ବୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବିଶେଷ କରି ରଥ ନିର୍ମାଣ ପ୍ରସ୍ତୁତି, ରାସ୍ତାଘାଟ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍ ଯୋଗାଣ, ଯାତ୍ରୀ ପାର୍କିଂ, ଖାଦ୍ୟଯୋଗାଣ ଏବଂ ସ୍ଵାସ୍ଥ୍ୟ ବିଭାଗର ପ୍ରସ୍ତୁତି ନେଇ ବୈଠକରେ ସମୀକ୍ଷା କରାଯିବ। ଚଳିତ ବର୍ଷ ଘୋଷଯାତ୍ରାକୁ କିଭଳି ଭାବେ ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ସମ୍ପାଦନ କରାଯିବ , ସେ ନେଇ ଆଲୋଚନା ହେବ । ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ। ସେବାୟତ ପ୍ରତିନିଧି, ବୁଦ୍ଧିଜୀବୀ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ରହିବାର ସୂଚନା ରହିଛି।
Popular Categories



