www.samajalive.in
Monday, December 15, 2025
14.1 C
Bhubaneswar

H3N2 ଭାଇରସ୍‌ରେ ଦେଶରେ ପ୍ରଥମ ମୃତ୍ୟୁ

ବେଙ୍ଗାଲୁରୁ: ଇନ୍‌ଫ୍ଲୁଏଞ୍ଜା ଭୂତାଣୁ ଏଚ୍‌୩ଏନ୍‌୨ ସଂକ୍ରମଣରେ ଦେଶରେ ପ୍ରଥମ ମୃତ୍ୟୁ ଘଟିଛି। କର୍ଣ୍ଣାଟକର ହାସନ ନିବାସୀ ଜଣେ ୮୨ ବର୍ଷୀୟ ବ୍ୟକ୍ତିଙ୍କର ଏହି ଭୂତାଣୁ ଯୋଗୁଁ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ମୁତାବକ, ତାଙ୍କର ମାର୍ଚ୍ଚ ୧ ତାରିଖରେ ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପରୀକ୍ଷଣରୁ ଜଣାପଡିଛି ଯେ ସେ ଏଚ୍‌୩ଏନ୍‌୨ ଭୂତାଣୁ ଦ୍ବାରା ସଂକ୍ରମିତ ହୋଇଥିଲେ।

ଅଧିକାରୀଙ୍କ କହିବାନୁଯାୟୀ, ବ୍ୟକ୍ତି ଜଣକ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ। ତାଙ୍କୁ ଫେବୃୟାରୀ ୨୪ ତାରିଖରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଓ ମାର୍ଚ୍ଚ ୧ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ମାର୍ଚ୍ଚ ୬ରେ ତାଙ୍କ ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଥିଲା।

- Advertisement -

ସୂଚନାଯୋଗ୍ୟ, ଦେଶରେ ବର୍ତ୍ତମାନ ସୁଦ୍ଧା ଏଚ୍‌୩ଏନ୍‌୨ ଭାଇରସ୍‌ ବା ହଂକଂ ଫ୍ଲୁରେ ୯୦ ଜଣ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏହା ବ୍ୟତୀତ ଏଚ୍‌୧ଏନ୍‌୧ ଭାଇରସ୍‌ରେ ମଧ୍ୟ ୮ ଜଣ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଦେଶରେ ଏଭଳି ମାମଲା ବୃଦ୍ଧି ନେଇ ଡାକ୍ତରମାନେ ବିବୃତ୍ତି ମଧ୍ୟ ଦେଇଛନ୍ତି। ଦୁଇଟିଯାକ ଭୂତାଣୁ ସଂକ୍ରମଣର ଲକ୍ଷଣ କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣର ଲକ୍ଷଣ ସହିତ ପ୍ରାୟ ସମାନ। ଏଥିରେ ସଂକ୍ରମିତ ଲୋକମାନଙ୍କଠାରେ ଜ୍ୱର, ଥଣ୍ଡା, କଫ, ଶ୍ୱାସକ୍ରିୟା ସମସ୍ୟା ଦେଖା ଦେଇଥାଏ। ଏହା ବ୍ୟତୀତ ସେମାନଙ୍କ ଶରୀରରେ ଯନ୍ତ୍ରଣା, ଗଳା ଯନ୍ତ୍ରଣା ଏବଂ ଡାଇରିଆ ଆଦି ଲକ୍ଷଣ ଦେଖା ଦେଇଥାଏ। ଏହି ଲକ୍ଷଣଗୁଡିକ ଏକ ସପ୍ତାହ ପର୍ଯ୍ୟନ୍ତ ରହିଥାଏ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories