www.samajalive.in
Saturday, December 6, 2025
16.1 C
Bhubaneswar

ଭାରତର ପ୍ରଥମ ଲୋକପାଳ ଭାବେ ଶପଥ ନେଲେ ଜଷ୍ଟିସ୍ ପିନାକୀ ଚନ୍ଦ୍ର ଘୋଷ

ନୂଆଦିଲ୍ଲୀ : ଭାରତର ପ୍ରଥମ ଲୋକପାଳ ଭାବେ ଜଷ୍ଟିସ୍ ପିନାକୀ ଚନ୍ଦ୍ର ଘୋଷ ଶନିବାର ଶପଥ ନେଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଏମ ଭେଙ୍କିୟା ନାଇଡୁ ଏବଂ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରଞ୍ଜନ ଗୋଗେଇ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଚଳିତ ସପ୍ତାହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୁପ୍ରିମକୋର୍ଟର ପୂର୍ବତନ ଜଜ ଜଷ୍ଟିସ୍ ପିନାକୀ ଚନ୍ଦ୍ର ଘୋଷଙ୍କୁ ଦେଶର ପ୍ରଥମ ଲୋକପାଳ ଭାବେ ନିଯୁକ୍ତ କରିଥିଲେ । ଜଷ୍ଟିସ ପିନାକୀ ଘୋଷ ପୂର୍ବରୁ ଉଚ୍ଚତମ ନ୍ୟାୟାଳୟରେ ବିଚାରପତି , ମାନବାଧିକାର ଆୟୋଗର ସଦସ୍ୟ ଏବଂ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ । ସେହିପରି ଜଷ୍ଟିସ୍ ଦିଲୀପ ବି. ଭୋଁସଲେ, ପ୍ରଦୀପ କୁମାର ମହାନ୍ତି, ଅଭିଳାଷା କୁମାରୀ ଓ ଜଷ୍ଟିସ୍ ଅଜୟ କୁମାର ତ୍ରିପାଠୀ ଲୋକପାଳର ନ୍ୟାୟିକ ସଦସ୍ୟ ଭାବରେ ନିଯୁକ୍ତ ହୋଇଛନ୍ତି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories