www.samajalive.in
Tuesday, December 9, 2025
17.1 C
Bhubaneswar

ଆଗ ରାସ୍ତା ପରେ ଭୋଟ୍

ଲମତାପୁଟ : ଆଗ ରାସ୍ତା ଓ ପାଣିର ବ୍ୟବସ୍ଥା କର, ପରେ ଭୋଟ ଦିଆଯିବ । ନଚେତ ଚଳିତ ସାଧାରଣ ନିର୍ବାଚନରେ ଭୋଟ ବର୍ଜନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଦୁଇ ଗାଁର ଗ୍ରାମବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ଲମତାପୁଟ ବ୍ଲକର ବଦିଗଡ଼ ଗ୍ରାମ ପଞ୍ଚାୟତର ଉଚେଇପଡା ଓ ଗଣ୍ଠିଗୁଡା ଗାଁରେ । ଦୀର୍ଘ ୫ ବର୍ଷ ହେଲା ପାଣି ଓ ରାସ୍ତା ସମସ୍ୟା ନେଇ ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ଓ ବିଧାୟକଙ୍କ ନିକଟରେ ଗୁହାରି କରାଯାଇଥିଲେ ମଧ୍ୟ କୌଣସି ସୁଫଳ ହୋଇପାରିନାହିଁ । ଏହାକୁ ନେଇ ଆଜି ଦୁଇ ଗାଁର ଗ୍ରାମବାସୀ ବାଦିଗଡ଼ ପଞ୍ଚାୟତ କାର୍ଯ୍ୟଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଆଗ ପାଣି ଓ ରାସ୍ତା କରାଯାଉ ନଚେତ ଚଳିତ ସାଧାରଣ ନିର୍ବାଚନରେ ଭୋଟ ବର୍ଜନ କରାଯିବ ବୋଲି ଚେତାବନୀ ଦେଇଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories