www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରଥମ ଥର ଓଡ଼ିଶାରେ ଆୟୋଜିତ ହେବ ‘ଉଦ୍ଭବ’, ୪୭ ଟି ପ୍ରତିଯୋଗିତାରେ ଭାଗ ନେବେ ୧୩୦୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଭୁବନେଶ୍ୱର: ପ୍ରଥମ ଥର ଓଡ଼ିଶା ଆୟୋଜିତ କରିବାକୁ ଯାଉଛି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତ୍ୟିକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’ । ନଭେମ୍ବର ୧୨ ରୁ ୧୫ ତାରିଖ ଯାଏଁ ଏହି ଜାତୀୟସ୍ତରୀୟ ଉତ୍ସବ ହେବାକୁ ଥିବା ବେଳେ ନ୍ୟାସନାଲ୍ ଏଜୁକେସନ ସୋସାଇଟି ଫର୍ ଟ୍ରାଇବାଲ୍ ଷ୍ଟୁଡେଣ୍ଟ  ସହାୟତାରେ ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଏହି କାର୍ଯ୍ୟକ୍ରମର ଆୟୋଜନ କରୁଛି ।

ଏଥିସହ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରାଳୟ ମନ୍ତ୍ରୀ ଜୁଏଲ ଓରାମ୍, ରାଜ୍ୟମନ୍ତ୍ରୀ ଦୁର୍ଗାଦାସ ଉଇକେ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଉଦଘାଟନୀ ସମାରୋହରେ ସାମିଲ ହେବେ । ତେବେ, ୨୨ ଟି ରାଜ୍ୟରୁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ୧୩୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ, ୨୫୦ ଶିକ୍ଷକ-ଶିକ୍ଷୟିତ୍ରୀ ଏହି ସମାରୋହରେ ସାମିଲ ହେବେ। ଏହି କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ସୋଆ ବିଶ୍ବବିଦ୍ୟାଳୟରେ ଆୟୋଜିତ ହେବ । ଚଳିତ ବର୍ଷ ଏହି କାର୍ଯ୍ୟକ୍ରମ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ପାଳିତ ହେବ ।

- Advertisement -

ନୃତ୍ୟ, ସଙ୍ଗୀତ, ଡ୍ରାମା, ଥିଏଟର, ଚିତ୍ରାଙ୍କନ, ଭିଜୁଆଲ୍ ଆର୍ଟ, ବକ୍ତୃତା ଭଳି ୪୭ ପ୍ରକାର ପ୍ରତିଯୋଗିତାର ଆୟୋଜନ କରାଯାଉଛି। ଏହାଫଳରେ ପିଲାମାନେ ପରସ୍ପରର ସଂସ୍କୃତି, ଐତିହ୍ୟ, ଭାଷା, ସାହିତ୍ୟ, ଇତିହାସ ସମ୍ପର୍କରେ ଅବଗତ ହୋଇପାରିବେ । ଅଭିନବ ଏବଂ ସୃଜନଶୀଳ କର୍ମଶାଳାରେ ଯୋଗ ଦେଇ ପିଲାମାନେ ନୂତନ କୌଶଳବିଦ୍ୟା ଶିଖିପାରିବେ। ଏଥିସହିତ ବିଜେତାମାନଙ୍କୁ ପୁରସ୍କୃତ କରାଯିବ ଏବଂ ପ୍ରତ୍ୟେକ ଛାତ୍ରଙ୍କୁ ଅଂଶଗ୍ରହଣ ମାନପତ୍ର ପ୍ରଦାନ କରାଯିବ। ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

ଛାତ୍ରମାନଙ୍କୁ ପ୍ରତିଦିନ ଜଳଖିଆ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରୀ ଭୋଜନ ଦିଆଯିବ। ଖାଦ୍ୟର ମେନୁରେ ଭାରତବର୍ଷର ବିଭିନ୍ନ ଖାଦ୍ୟକୁ ଏଠାରେ ଅନ୍ତର୍ଭୁକ୍ତ କରାଯାଇଛି। ଏହି ଚାରି ଦିନିଆ ଉତ୍ସବ ମାଧ୍ୟମରେ ଛାତ୍ରଛାତ୍ରୀମାନେ ମିଳିତ ଭାବେ ଭାରତବର୍ଷର ବିଭିନ୍ନ ସଂସ୍କୃତିକୁ ପାଳନ କରିବା ପାଇଁ ସୁଯୋଗ ପାଇବେ ଫଳରେ ସେମାନଙ୍କ ମଧ୍ୟରେ ଏକ ସୁସ୍ଥ ପ୍ରତିଯୋଗୀ ମନୋଭାବ ସୃଷ୍ଟି ହୋଇପାରିବ।

ସୂଚନାଯୋଗ୍ୟ, ୨୦୧୮ ମସିହାରୁ ଏହି ଉତ୍ସବ ଭାରତର ବିଭିନ୍ନ ରାଜ୍ୟରେ ପାଳନ କରାଯାଉଛି । ପ୍ରଥମେ ଜାମସେଦପୁରରେ ଏହାକୁ ଆରମ୍ଭ କରାଯାଇଥିବା ବେଳେ ପରେ ପରେ ଉଦୟପୁର (୨୦୧୯), ବେଙ୍ଗାଲୁରୁ(୨୦୨୨), ଡେରାଡୁନ(୨୦୨୩)ରେ ଆୟୋଜିତ କରାଯାଇଥିଲା ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories