www.samajalive.in
Monday, December 8, 2025
13.1 C
Bhubaneswar

ଧନିଆ ପତ୍ର ମାଛ

ଆବଶ୍ୟକ ସାମଗ୍ରୀ
ମାଛ – ୪୦୦ ଗ୍ରାମ
ପିଆଜ – ୩୦୦ ଗ୍ରାମ
ଟମାଟୋ – ୨୦୦ ଗ୍ରାମ
ଲଙ୍କା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଜିରା ଗୁଣ୍ଡ – ଅଳ୍ପ
ଧନିଆ ଗୁଣ୍ଡ – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ଗୋଟା ଜିରା – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମାଛକୁ ଧୋଇ ଏକ ପାତ୍ରରେ ରଖନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଜିରା, ପିଆଜ, ଟମାଟୋ ପକାଇ ଭଲ ଭାବେ ଭାଜନ୍ତୁ। ଭାଜିବା ପରେ ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ହଳଦୀ ଗୁଣ୍ଡ , ଧନିଆ ଗୁଣ୍ଡ, ପକାଇ ଗୋଳାନ୍ତୁ। ଏବେ ଏଥିରେ ମାଛ ପକାଇ ଅଳ୍ପ ପାଣି ଦେଇ ଗ୍ୟାସରେ ୧୦ ରୁ ୧୫ ମିନିଟ ଫୁଟାନ୍ତୁ। ୧୫ ମିନିଟ ପରେ ଏକ ପାତ୍ରକୁ କାଢି ଧନିଆ ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଧନିଆ ପତ୍ର ମାଛ।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories