www.samajalive.in
Monday, December 15, 2025
17.1 C
Bhubaneswar

ମହାନଦୀରେ ଛଡାଗଲା ୭.୫ ଲକ୍ଷ ଜାଆଁଳ

ବୌଦ୍ଧ : ବୌଦ୍ଧ ଜିଲ୍ଲାରେ ପ୍ରଥମଥର ପାଇଁ ମହାନଦୀରେ ଜାଆଁଳ ବୃଦ୍ଧି ନିମନ୍ତେ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଯାଇଛି । ଦିନକୁ ଦିନ ମହାନଦୀରେ ବେଆଇନ ବ୍ଳାଷ୍ଟିଙ୍ଗ ତଥା ବିଷ ପ୍ରୟୋଗକୁ ଦୃଷ୍ଠିରେ ରଖି ବୌଦ୍ଧ ଜିଲ୍ଲାରେ ପ୍ରଥମ ଥର ପାଇଁ ମହାନଦୀରେ ମାଛ ଜାଆଁଳ ବୃଦ୍ଧି ନିମନ୍ତେ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି । ଏଥିପାଇଁ ବୌଦ୍ଧ ବ୍ଲକର ଖୁଣ୍ଟବନ୍ଧ ପଞ୍ଚାୟତର ଚଣ୍ଡିଗଡ ଏବଂ ବାଉଁଶୁଣୀ ମହାନଦୀ ଘାଟଠାରେ ଏନେଇ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦୁଇଟି ବିଶାଳକାୟ ଚାପ ମଧ୍ୟରେ ଅଙ୍ଗୁଳୀକ ଜାଆଁଳଗୁଡିକୁ ମହାନଦୀରେ ଛଡା ଯାଇଛି । ଏଥି ସହ ମହାନଦୀରେ ମତ୍ସ୍ୟ ସମ୍ପଦର ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତମାନର ଅଙ୍ଗୁଳୀକ। ମାଛ ଜାଆଁଳ ଛାଡିବା କାର୍ଯ୍ୟକ୍ରମ ଓ ସଚେତନତା ଶିବିର ଖୁଣ୍ଟବନ୍ଧର ଚଣ୍ଡିଗଡ ଘାଟଠାରେ ମତ୍ସ୍ୟ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀ ଏବଂ ସ୍ଥାନୀୟ ଜନସାଧାରଣଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories