www.samajalive.in
Wednesday, December 10, 2025
15.1 C
Bhubaneswar

ପାଣ୍ଡରାରେ ୫୦ କୋଟିରେ ହେବ ଆଧୁନିକ ମାଛ ବଜାର

ଭୁବନେଶ୍ବର : ଭୁବନେଶ୍ବରରେ ସ୍ଥାପନ ହେବାକୁ ଯାଉଛି ୫୦ କୋଟି ଟଙ୍କା ବ୍ୟୟବରାଦରେ ଏକ ଆଧୁନିକ ମାଛ ମାର୍କେଟ୍ । ଉତ୍ତର ଭୁବନେଶ୍ବରର ପାଣ୍ଡରା ଅଂଚଳରେ ଏହି ଆଧୁନିକ ମାଛ ମାର୍କେଟ ପାଇଁ ଦୀର୍ଘ ସମୟରୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆସୁଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । ୨୦୨୪ ସେପ୍ଟେମ୍ବର ମାସରେ ଭୁବନେଶ୍ବର ସାଂସଦ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି ସବିଶେଷ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ ସହମତି ପରେ ଏହି ପ୍ରକଳ୍ପ କେନ୍ଦ୍ରକୁ ଯାଇଥିଲା । ଖୁସିର କଥା କେନ୍ଦ୍ର ମତ୍ସ୍ୟ ଓ ପଶୁ ପାଳନ ଏବଂ ଡାଏରୀ ଗମେଣ୍ଟ ଅଫ୍ ଇଣ୍ଡିଆ ଏହି ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି । ପାଣ୍ଡେରା ନିକଟରେ ୫.୮୦ ଏକର ଜମିରେ ଏହି ଆଧୁନିକ ମାଛ ମାର୍କେଟ ସ୍ଥାପନ କରାଯିବ, ଏଥିପାଇଁ ୫୦ କୋଟିର ଅନୁଦାନ ମଞ୍ଜୁର କରିଛନ୍ତି । ଏହି ଅବସରରେ ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories