www.samajalive.in
Sunday, December 7, 2025
18.1 C
Bhubaneswar

ନେହେରୁବଙ୍ଗଳା ମୁହାଣ ନିକଟରେ ବୁଡ଼ିଲା ମାଛଧରା ଡ଼ଙ୍ଗା ୨ ମୃତ, ୨ ଗୁରୁତର

ପାରାଦ୍ବୀପ : ପାରାଦ୍ୱୀପର ନେହେରୁବଙ୍ଗଳା ମୁହାଣ ନିକଟରେ ଶୁକ୍ରବାର ମାଛଧରା ଡଙ୍ଗା ବୁଡି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ମତ୍ସ୍ୟଜୀବୀ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇଜଣ ହେଲେ ଗୁରୁଚାନ୍ଦ ରାଏ ଓ ବିଦୁଭୂଷଣ ମାଇତି।
ସୂଚନା ଯୋଗ୍ୟ, ମା କାଳୀ ନାମକ ଏକ ଡଙ୍ଗା ସାହାଯ୍ୟରେ ସମୁଦ୍ରକୁ ମାଛ ଧରିବା ପାଇଁ ଯାଉଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି । ଏହି ଡଙ୍ଗାରେ ୧୫ ଜଣ ମତ୍ସ୍ୟଜୀବୀ ମାଛ ମାରିବାକୁ ଯାଉଥିଲେ। ମାତ୍ର ହଠାତ ମୁହାଣ ନିକଟରେ ଉଚ୍ଚା ଢେଉ ମାଡ ଯୋଗୁଁ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡି ଯାଇଥିଲା। ଉକ୍ତ ସମୟରେ ଅନ୍ୟ ମତ୍ସ୍ୟଜୀବୀ ମାନେ ସେମାନଙ୍କୁ ଉଦ୍ଧାର କରିଥିବାକୁ ପ୍ରୟାସ କରିଥିଲେ। ସମୁଦ୍ରରେ ପ୍ରବଳ ଢେଉ ମାଡ ଯୋଗୁଁ ଯୋଗୁଁ ଉଦ୍ଧାର କାର୍ୟ୍ୟରେ ବିଳମ୍ବ ହୋଇଥିଲା। ମାତ୍ର ୧୩ ଜଣ ମତ୍ସ୍ୟଜୀବୀଙ୍କୁ ଅନ୍ୟ ଡଙ୍ଗାରେ ଉଦ୍ଧାର କରାଯାଇଥିବା ବେଳେ ଦୁଇଜଣଙ୍କ ମୃତ୍ୟୁ ହୋଇଯାଇଥିଲା। ସମସ୍ତ ମତ୍ସ୍ୟଜୀବୀଙ୍କୁ ଅଠରବାଙ୍କି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଥିବା ବେଳେ ପୁଲିସ ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛନ୍ତି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories