www.samajalive.in
Saturday, December 6, 2025
16.1 C
Bhubaneswar

ବାରବାଟୀ ଷ୍ଟାଡିୟମ୍‌ ଯାଇ ନବୀକରଣ ପ୍ରକଳ୍ପର ସମୀକ୍ଷା କଲେ ଫାଇଭ୍‌-ଟି ଅଧ୍ୟକ୍ଷ

କଟକ : ବାରବାଟୀ ଷ୍ଟାଡିୟମରେ ଫାଇଭ୍-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। ବୁଧବାର ସକାଳୁ କଟକ ବାରବାଟୀ ଷ୍ଟାଡିୟମ୍‌ ଯାଇ ଷ୍ଟାଡିୟମ ନବୀକରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ବାରବାଟୀ ୱାଲ୍ଡ କ୍ଲାସ୍ ଷ୍ଟାଡିୟମ୍‌ ହେବାକୁ ଥିବାବେଳେ ଏଥିଲାଗି ପ୍ରାୟ ୭୦୦ରୁ ୮୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ବାରବାଟୀର ୩ଟି ଗ୍ୟାଲେରୀକୁ ନୁଆ ରୂପ ଦିଆଯିବା ସହ ସଂଲଗ୍ନ ରାସ୍ତାର ପ୍ରଶସ୍ତିକରଣ କରାଯିବ। ଆସନ୍ତା ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ବୁଧବାର କଟକ ବାରବାଟୀ ଷ୍ଟାଡିୟମ୍ ଯାଇ ଷ୍ଟାଡିୟମ ନବୀକରଣ ପ୍ରକଳ୍ପ କାର୍ଯ୍ୟ ତଦାରଖ କରିଛନ୍ତି। ପରିଦର୍ଶନ ସମୟରେ ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ ଏବଂ  ଓସିଏ ସମ୍ପାଦକ ସଞ୍ଜୟ ବେହେରା ଉପସ୍ଥିତ ଥିଲେ।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories