www.samajalive.in
Monday, December 15, 2025
17.1 C
Bhubaneswar

ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

କଲମପୁର : ମଇ ୧୩ରେ ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ ସାଧାରଣ ନିର୍ବାଚନ ।  ଏନେଇ ପୁଲିସ  ଏବଂ ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଗାମୀ ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ଭାବରେ ସମ୍ପାଦନ କରାଯିବା ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି । ନିର୍ବାଚନ କମିଶନର, ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଲୋକଙ୍କ ମଧ୍ୟରେ ଅଧିକ ବିଶ୍ୱାସ ଓ ଭରସା ସୃଷ୍ଟି ସହ ସେମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ କଲମପୁର ପୋଲିସ ପକ୍ଷରୁ କଲମପୁର ସହରରେ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଛି। ପୁଲିସ ଫ୍ଲାଗମାର୍ଚ୍ଚରେ କଲମପୁର ଥାନା ଅଧିକାରୀ ପ୍ରଦୀପ୍ତ କୁମାର କାନୁନଗୋ, ଏସ.ଆଇ ଡୋଳାମଣି ବିଶି, ଏ.ଏସ.ଆଇ ଶେଖର ଜେନା, କୁଟ୍ରୁ ଫାଣ୍ଡି ଅଧିକାରୀ ଶିବ ଶଙ୍କର ମହାନ୍ତିଙ୍କ ସମେତ ବି.ଏସ.ଏଫ୍ ଯବାନ ଉପସ୍ଥିତ ରହି କଲମପୁର ଥାନା କାର୍ଯ୍ୟାଳୟଠାରୁ ବାହାରି କଲମପୁର ସହର ସମେତ ବେଳପଡ଼ା ପର୍ଯ୍ୟନ୍ତ ପରିକ୍ରମା କରିଥିଲେ  । ଏହି ଅବସରରେ ଶାନ୍ତି ଶୃଙ୍ଖଳାର ସହ କୌଣସି ଲୋଭର ବଶବର୍ତ୍ତୀ ନହୋଇ ମତଦାନରେ ସାମିଲ ହେଇ ଗଣତନ୍ତ୍ରର ମହାନ୍ ପର୍ବକୁ ସଫଳ କରିବା ପାଇଁ ଲୋକଙ୍କୁ ସଚେତନ କରାଯାଇଥିଲା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories