www.samajalive.in
Monday, December 8, 2025
14.1 C
Bhubaneswar

ଓଡ଼ିଶା ଉପକୂଳରୁ ରୁଦ୍ରମ୍ -୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଡେସ୍କ: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂସ୍ଥା (ଡିଆରଡିଓ) ଆଜି (ବୁଧବାର) ଭାରତୀୟ ବାୟୁସେନାର ଏସୟୁ – ୩୦ ଏମକେ -୧ ପ୍ଲାଟଫର୍ମରୁ ଆକାଶରୁ ଭୂପୃଷ୍ଠଗାମୀ କ୍ଷେପଣାସ୍ତ୍ର ରୁଦ୍ରମ -୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ସମସ୍ତ ଲକ୍ଷ୍ୟ ହାସଲ କରିଥିବା ଜଣାପଡିଛି। ଏହି କ୍ଷେପଣାସ୍ତ୍ରର କାର୍ୟ୍ୟ ଦକ୍ଷତାକୁ ଆକଳନ କରିବା ପାଇଁ ଚାନ୍ଦିପୁର ଆଇଟିଆର ସମେତ ବିଭିନ୍ନ ସ୍ଥାନରେ ଇଲେକ୍ଟ୍ରୋ – ଅପ୍ଟିକାଲ ସିଷ୍ଟମ, ରାଡାର ଏବଂ ଟେଲିମେଟ୍ରି ଷ୍ଟେସନ ଭଳି ରେଞ୍ଜ ଟ୍ରାକିଂ ଉପକରଣ ନିୟୋଜିତ କରାଯାଇଥିଲା।

ପେଟିଏମକୁ କିଣିପାରନ୍ତି ଗୌତମ ଆଦାନୀ

- Advertisement -

ରୁଦ୍ରମ୍ -୨ ହେଉଛି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ର ପ୍ରଣାଳୀ। ଡିଆରଡିଓର ବିଭିନ୍ନ ପରୀକ୍ଷାଗାର ଦ୍ୱାରା ବିକଶିତ ଅନେକ ଅତ୍ୟାଧୁନିକ ସ୍ୱଦେଶୀ ଜ୍ଞାନକୌଶଳକୁ ଏହି କ୍ଷେପଣାସ୍ତ୍ର ପ୍ରଣାଳୀରେ ଅନ୍ତର୍ଭୁକ୍ତ କରାଯାଇଛି। ରୁଦ୍ରମ୍ -୨ର ସଫଳ ପରୀକ୍ଷଣ ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଡିଆରଡିଓ, ଭାରତୀୟ ବାୟୁସେନା ଏବଂ ଉଦ୍ୟୋଗ ଜଗତକୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସଫଳ ପରୀକ୍ଷଣ ସଶସ୍ତ୍ର ବାହିନୀର ଶକ୍ତି ବୃଦ୍ଧି କରିବ ବୋଲି ସେ କହିଛନ୍ତି।

ଜୁନ ୩ରୁ +୩ ଆଡ଼ମିସନ ପ୍ରକ୍ରିୟା ଆରମ୍ଭ

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories