www.samajalive.in
Friday, November 14, 2025
25.1 C
Bhubaneswar

ଦୁଃଖ ଦେଉଛି ବୈତରଣୀ; ୪ ପଞ୍ଚାୟତର ୨୦ଟି ଗାଁ ପାଣି ଘେରରେ

ଆରଡି: ବୈତରଣୀ ନଦୀରେ ଆସିଥିବା ବନ୍ୟାପାଣି ତଳମୁଣ୍ଡରେ ବଢିବାରେ ଲାଗିଛି। ଭଦ୍ରକ ଜିଲାର ସୀମାନ୍ତବର୍ତ୍ତୀ ଅଞ୍ଚଳ ଆରଡି, ଓଳଗ, ସୁନ୍ଦରପୁର, ନାନ୍ଦପୁର ୪ଟି ପଞ୍ଚାୟତର ୨୦ଗୋଟି ଗାଁ ଏବେ ବନ୍ୟାଘେରରେ। ସେହିପରି ୧୨ଟି ଗାଁ ବୋଡକ, ସନ୍ତରା, ମୁଆଁ, ବାତୋଳ, ସିଙ୍ଗିପୁର, ସାନପଙ୍କି, ଭୂଇଁପୁର, ନାନ୍ଦପୁର, କୋଇଲିଖା ଆଦି ବାହ୍ୟଜଗତରୁ ବିଛିନ୍ନ ହୋଇଯାଇଛି। ଏହି ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ବନ୍ୟାଜଳ ଆଗକୁ ପୂର୍ଣ୍ଣିମା ତିଥି ଥିବାରୁ ବୈତରଣୀ ନଦୀ ଦୃତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ବିଭିନ୍ନ ଏସକେପ ଓ ମାହାରା ଦେଇ ବନ୍ୟାଜଳ ଜନବସତି ଆଡକୁ ମାଡିବାରେ ଲାଗିଛି। ତାହାସହ ଆଖଣ୍ଡଳମଣି-କୁଆଖିଆ ୨୦ନଂ ଜାତୀୟରାଜପଥ ବୋଡକ ନିକଟରେ ୧କିମି ଯାଏଁ ବନ୍ୟାପାଣି ପ୍ରବାହିତ ହେବାରୁ ଯୋଗାଯୋଗ ବିଛିନ୍ନ ହୋଇଛି। ସେହିପରି ଆଖଣ୍ଡଳମଣି ଚାନ୍ଦବାଲି ଓ ତିହିଡି ରାସ୍ତାର ଆରଡି ମୁଆଁ ଘୋସରା ଓ ଡିହସାହି ନିକଟରେ ୩ଫୁଟ ଉଚ୍ଚରେ ବନ୍ୟାପାଣି ଚାଲୁଥିବାରୁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି। ବୈତରଣୀ କୂଳ ଲଂଘି ବନ୍ୟାଜଳ ଓଳଗ ପଞ୍ଚାୟତର ବୋଡକ, ଷାଠିବାଙ୍କୁଡା, ଅମୃତମଣୀ, ଆରଡି ପଞ୍ଚାୟତର ମୁଆଁ, ସନ୍ତରା, ପାଲଟପୁର, ଶୀତଳପୁର ଆଦି ଗାଁରେ ବନ୍ୟାପାଣି ପ୍ରବେଶ କରିବାରୁ ଜଳବନ୍ଦୀ ହୋଇ ରହିଛନ୍ତି ଲୋକମାନେ ବସବାସ କରୁଥିବା ଲୋକମାନେ ଅଣ୍ଟାଏ ପାଣିରେ ପଶି ଯାତାୟତ କରୁଛନ୍ତି। ଅନେକସ୍ଥାନରେ ନଳକୂପ ବୁଡିଯାଇଥିବାରୁ ପିଇବାପାଣିର ସମସ୍ୟା ଦେଖାଦେଇଛି। ସେହିପରି ଶହଶହ ଏକର ଚାଷଜମିରେ ଲହଡି ଭାଙ୍ଗୁଛି ପାଣି। ଗୃହପାଳିତ ପଶୁ ଅଧିକ ପ୍ରଭାବିତ ହୋଇଛନ୍ତି। ଅନେକ ବିଦ୍ୟାଳୟ ବନ୍ୟା ଘେରରେ ରହିଥିବାରୁ ବନ୍ୟା ବିପନ୍ନମାନେ ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି।

Hot this week

ଦିଲ୍ଲୀ ବିସ୍ଫୋରଣ: ମାଷ୍ଟରମାଇଣ୍ଡର ଘର ଉଡାଇଲେ ସୁରକ୍ଷା କର୍ମୀ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀର ଲାଲକିଲ୍ଲାଠାରେ କାର ବିସ୍ଫୋରଣ ଘଟାଇ ଥିବା...

ନୂଆପଡା ମତଗଣନା: ଆଗରେ ବିଜେପି, ୧୨୮୧୫ ଭୋଟରେ ଆଗୁଆ ଜୟ ଢୋଲକିଆ

ଡେସ୍କ: ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବିଜେପି ପ୍ରାର୍ଥୀ ଜୟ...

ନୂଆପଡା ଜନାଦେଶ : ଚତୁର୍ଥ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୧୮୯୦୩ ଭୋଟ୍

ନୂଆପଡା: ନୂଆପଡାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ ରହିଛନ୍ତି। ଚତୁର୍ଥ...

ବିହାର ଜନାଦେଶ: ୧୬୧ ସିଟରେ ଆଗୁଆ ରହିଛି ଏନଡିଏ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଗଣତି ଆରମ୍ଭ...

ବିହାର ମତଗଣନା: ପ୍ରାରମ୍ଭିକ ଟ୍ରେଣ୍ଡରେ ଆଗରେ ଏନଡ଼ିଏ, ବହୁତ ପଛରେ ମହାଗଠବନ୍ଧନ

ଡେସ୍କ: ବିହାର ବିଧାନସଭା ନିର୍ବାଚନ-୨୦୨୫ରେ ୧୯୫୧ ପରଠାରୁ ମତଦାନ ରେକର୍ଡ ଭାଙ୍ଗିଛି।...

Related Articles

Popular Categories