www.samajalive.in
Monday, December 15, 2025
14.1 C
Bhubaneswar

ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ; ଆଜି କେନ୍ଦ୍ରୀୟ ଟିମର ଗସ୍ତ

ଭୁବନେଶ୍ୱର : ବନ୍ୟା ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଅନୁଧ୍ୟାନ କରିବାକୁ କେନ୍ଦ୍ରୀୟ ଟିମ ଓଡ଼ିଶା ଆସୁଛନ୍ତି। ଭାରତ ସରକାରଙ୍କ କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ(ବାମପନ୍ଥୀ ଉଗ୍ରବାଦ ମୁକାବିଲା ବ୍ୟାପାର) ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଏକ ଆନ୍ତଃମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍‍ ଦୁଇଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି। ଉକ୍ତ ପ୍ରତିନିଧି ଦଳ ଅଗଷ୍ଟରେ ଓଡ଼ିଶାରେ ଦେଖାଦେଇଥିବା ବନ୍ୟା ବିଭୀଷିକା ଓ ଏହାଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଅଞ୍ଚଳ ବୁଲିଦେଖିବେ। ଏହି ପ୍ରତିନିଧି ଦଳରେ କୃଷି ଓ କୃଷକ କଲ୍ୟାଣ, ଜଳସମ୍ପଦ, ସଡ଼କ ପରିବହନ ଓ ରାଜପଥ, ଗ୍ରାମ୍ୟ ଉନ୍ନୟନ ଓ ଅର୍ଥ ମନ୍ତ୍ରାଳୟର ଅଧିକାରୀ ଅଛନ୍ତି। ପ୍ରତିନିଧି ଦଳର ସଦସ୍ୟମାନେ ଆସନ୍ତାକାଲି ସକାଳେ ଭୁବନେଶ୍ୱରରେ ପହଞ୍ଚିବେ। ଦୁଇଦିନିଆ କାର୍ଯ୍ୟକ୍ରମ ଭିତରେ ଏହି ଟିମ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀ ଆଦି ୪ଟି ଜିଲା ବୁଲି ଦେଖିବେ। ସେମାନେ ୧୭ତାରିଖ ଅପରାହ୍ଣରେ ଭୁବନେଶ୍ୱର ଫେରିବେ। ସେହିଦିନ ସନ୍ଧ୍ୟା ୫ଟା ସମୟରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରତିନିଧି ଦଳ ଏକ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଉନ୍ନୟନ କମିସନର, କୃଷି ଉତ୍ପାଦନ କମିସନର, ସ୍ୱତନ୍ତ୍ର ରିଲିଫ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ସଚିବ ପ୍ରମୁଖ ଯୋଗଦେବେ। ପ୍ରତିନିଧି ଦଳ ୧୭ତାରିଖ ରାତିରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories