www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ୭୬୮ ଗ୍ରାମ ଜଳବନ୍ଦୀ ; ୭.୬୩ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ବର : ମହାନଦୀ ବନ୍ୟାରେ ପଶ୍ଚିମ ଓ ଉପକୂଳର ୧୩ଟି ଜିଲାର ୭୩ଟି ବ୍ଲକ ୬୦୯ଟି ଗ୍ରାମ ପଞ୍ଚାୟତ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ୨୨୩୮ଟି ଗ୍ରାମ ପ୍ରଭାବିତ ହୋଇଛି। ଏସଆରସିଙ୍କ ସୂଚନା ଅନୁଯାୟୀ, ରାଜ୍ୟର ୭୬୮ଟି ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ଥିବାବେଳେ ୫ ଲକ୍ଷ ୪୫ ହଜାର ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରାୟ ୭ ଲକ୍ଷ ୬୩ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ଏହି ସବୁ ଅଞ୍ଚଳରେ ୩୨୪ ଟି ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ୨୪ ହଜାର ଲୋକଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି। ବନ୍ୟା ପ୍ରଭାବରେ ୫୦ହଜାର ବିଦ୍ୟୁତ ଉପଭୋକ୍ତା ଏବେ ବି ବିଦ୍ୟୁତ ସଂଯୋଗଠାରୁ ଦୂରରେ ରହିଛନ୍ତି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୧୮୫ ଟି ମେଡିକାଲ ରିଲିଫ୍‌ କେନ୍ଦ୍ର ଖୋଲାଯାଇଥିବାବେଳେ, ୧୧୫ ଟି ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ଚିକିତ୍ସା ଟିମ୍‌ ମୁତୟନ ହୋଇଛି। ୪୨ହଜାର ୨୭୪ ଟି ଓଆରଏସ୍‌ ପ୍ୟାକେଟ୍‌, ୧ ଲକ୍ଷ ୭୭ ହଜାର ୨୫୩ ଟି ହାଲୋଜିନ୍‌ ବଟିକା ବଣ୍ଟାଯାଇଛି । ଏହି ସମୟରେ ୭୩୦୦ ସାଧାରଣ ରୋଗର ଚିକିତ୍ସା ହୋଇଥିବାବେଳେ, ୧୨ ଟି ସାପ କାମୁଡା ଘଟଣାର ଚିକିତ୍ସା କରାଯାଇଛି। ଗୋ-ସମ୍ପଦର ସୁରକ୍ଷା ପାଇଁ ବନ୍ୟାଞ୍ଚଳରେ ୧୯୩ ଟି ଭେଟେନାରୀ ଦଳ ନିୟୋଜିତ ହୋଇଛି। ୪୦୭ଟି କ୍ୟାମ୍ପ ଆୟୋଜିତ ହୋଇଥିବା ବେଳେ ଏଥିରେ ୧୮ ହଜାରରରୁ ଊର୍ଦ୍ଧ୍ବ ପଶୁଙ୍କୁ ଚିକିତ୍ସା କରାଯାଇଛି। ୧୦ ଟି ଜିଲାକୁ ୮୬୪.୦୬ ମେଟ୍ରିକ୍‌ ଟନ୍‌ ଗୋଖାଦ୍ୟ ଯୋଗାଇ ଦିଆଯାଇଛି। ବନ୍ୟାଞ୍ଚଳରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୨ ଲକ୍ଷ ୯୩ ହଜାର ୨୦୦ ପାଣି ବୋତଲ ଓ ୧୨ ଲକ୍ଷ ୨୯ ହଜାର ପାଣି ପାଉଚ୍‌ ବଣ୍ଟାଯାଇଛି। ଏହା ସହ ୨୦୩ ଟି ଭ୍ରାମ୍ୟମାଣ ପାଣି ଟ୍ୟାଙ୍କର ଯୋଗାଇ ଦିଆଯାଇଛି। ବନ୍ୟାଞ୍ଚଳରେ ୧୪ ଟି ଜିଲାରେ ୧୬ ଟି ଏନଡିଆରଏଫ୍‌, ୧୭ ଟି ଓଡ୍ରାଫ୍‌, ୫୫ ଟି ଅତିରିକ୍ତ ଅଶ୍ନିଶମ ଦଳ ମୁତୟନ କରାଯାଇଛି।

Hot this week

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

Related Articles

Popular Categories