www.samajalive.in
Wednesday, December 10, 2025
23.1 C
Bhubaneswar

ଲଘୁଚାପ ପ୍ରଭାବ ଆଉ ୨୪ଘଣ୍ଟା; ୭ଜିଲାକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗାଙ୍ଗେୟ ପଶ୍ଚିମବଙ୍ଗର ଦକ୍ଷିଣ ଏବଂ ଉତ୍ତର ଓଡ଼ିଶା ମଧ୍ୟରେ ରହିଛି। ଏଥିସହିତ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ ରହିଛି। ଆହୁରି ୨୪ ଘଣ୍ଟା ଏହାର ପ୍ରଭାବ ଅନୁଭୂତ ହେବାର ସମ୍ଭାବନା ରହିଛି। ଓଡ଼ିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହିତ ସୁନ୍ଦରଗଡ଼, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ନୂଆପଡ଼ା ଓ ଝାରସୁଗୁଡ଼ା ଆଦି ୭ଟି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଏସବୁ ଜିଲାକୁ ରେର୍ଡ଼ ୱାର୍ନିଂ ଜାରି କରାଯାଇଛି।
ସେହିପରି କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବରଗଡ଼ ଆଦି ୧୦ଟି ଜିଲାକୁ ଅରେଞ୍ଜ ୱାର୍ନିଂ ସତର୍କ ସୂଚନା ଜାରି କରାଯାଇଛି। ଏହାଛଡ଼ା ମାଲକାନଗିରି, ଢ଼େଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମରେ ବର୍ଷାର ସମ୍ଭାବନା ଥିବାରୁ ଏଠାରେ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୧୫ତାରିଖ ସକାଳ ସାଢ଼େ ଆଠଟା ସୁଦ୍ଧା ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କୋରାପୁଟ ଓ ରାୟଗଡ଼ା ଆଦି ୧୦ଟି ଜିଲାରେ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ପରବର୍ତ୍ତୀ ୨୪ଘଣ୍ଟାରେ ବର୍ଷା ପ୍ରଭାବ କମିଯିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଲଘୁଚାପ ପ୍ରଭାବରେ ଉପକୂଳରେ ଘଣ୍ଟାକୁ ୪୫କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିଦିଆଯାଇଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories