www.samajalive.in
Sunday, December 7, 2025
14.1 C
Bhubaneswar

ମୌସୁମୀ ବର୍ଷା ଓ ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ସ୍ଥିତି ସମୀକ୍ଷା

ଭୁବନେଶ୍ୱର: ଆଗାମୀ ମୌସୁମୀ ଓ ଲଘୁଚାପ ଜନିତ ବର୍ଷା ଫଳରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ନେଇ ବିଭାଗୀୟ ବ୍ୟାପକ ପ୍ରସ୍ତୁତି ସଂପର୍କରେ ଆଜି ଏକ ବୈଠକରେ ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ବିଭାଗର ବରିଷ୍ଠ ଅଧିକାରୀ, ସର୍ବୋଚ୍ଚ ଯନ୍ତ୍ରୀ ଓ ଅନ୍ୟ ବରିଷ୍ଠ ଯନ୍ତ୍ରୀମାନଙ୍କ ସହିତ ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ରାଜ୍ୟରେ ବିଭିନ୍ନ ଜଳ ଭଣ୍ଡାରର ସ୍ଥିତି ଓ ଏହାର ପରିଚାଳନା, ନଦୀବନ୍ଧର ଦୃଢତା, ବନ୍ୟା ମୁକାବିଲା ପାଇଁ ଆବଶ୍ୟକ ବିଭିନ୍ନ ସ୍ଥାନରେ ବାଲିବସ୍ତା, ବଲ୍ଲା, ବାଉଁଶ ଆଦି ଉପକରଣର ମହଜୁଦ ସ୍ଥାନ ଓ ପରିମାଣ ଆଦି ସଂପର୍କରେ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ବୈଠକରେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥଙ୍କ ସମେତ ଅନ୍ୟ ବରିଷ୍ଠ ଯନ୍ତ୍ରୀ ଓ ପଦାଧିକାରୀ ଉପସ୍ଥିତ ଥିଲେ।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories