www.samajalive.in
Thursday, December 11, 2025
23.1 C
Bhubaneswar

ଜମଟାଙ୍ଗୀ-ଡ଼ିଗି ରାସ୍ତା ଯୋଗାଯୋଗ ବିଚ୍ଛିନ୍ନ

ବାଉଁଶୁଣି : କିଛି ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।  ବର୍ଷାରେ ବୌଦ୍ଧ ଜିଲ୍ଲା ମନୁପାଲି ଗ୍ରାମ ପଞ୍ଚାୟତର ଜମଟାଙ୍ଗୀ ଠାରୁ ଡିଗୀ ଗାଁକୁ ଯାଇଥିବା ରାସ୍ତା ଉପରେ ୬ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଛି।  ଫଳରେ ଡ଼ିଗି, ମୁଣ୍ଡିପଦର୍, ଶୋଭାପାବୁଲି, ଗୋଡ଼ଭଙ୍ଗା ଏବଂ ଶଗଡା ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ବିଶେଷ କରି ଏହି ରାସ୍ତାରେ ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ ଏବଂ ସାଧାରଣ ଜନସାଧାରଣ ଯିବା ଆସିବା କରନ୍ତି। କିନ୍ତୁ ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁଁ ମୁହାଣ ନାଳରେ କୃତ୍ରିମ ବନ୍ୟା ପରିସ୍ଥିତି ଉପୁଜିଛି।  ଏହି ଅଞ୍ଚଳ ର ଅଧିବାସୀ ପ୍ରତିବର୍ଷ ଏଭଳି ସମସ୍ୟା ର ସମ୍ମୁଖୀନ ହେଉଛନ୍ତି।  ଏବଂ ବାରମ୍ବାର ଉପରିସ୍ଥ ଅଧିକାରୀଙ୍କୁ ଅଭିଯୋଗ କରୁଛନ୍ତି। ହେଲେ ଶୁଣୁଛି କିଏ । ଜିଲ୍ଲା ପ୍ରଶାସନ ତୁରନ୍ତ ଏହି ସମସ୍ୟା ର ସମାଧାନ କଲେ ହୁଏତ ଅଞ୍ଚଳବାସୀ ଏଭଳି କୃତ୍ରିମ ବନ୍ୟା ଦାଉରୁ ମୁକ୍ତି ପାଇପାରିବେ।

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories