www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରବଳ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି

ଡେସ୍କ: ମାଲକାନଗିରି ଜିଲ୍ଲାରେ ଗତ ଦୁଇ ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିବା ଫଳରେ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜିଲ୍ଲାର ୩୨୬ ନଂ ଜାତୀୟ ରାଜପଥର ମାଲକାନଗିରି ଠାରୁ ମୋଟୁ ରାସ୍ତାର ପୋଟେରୁ, କାଙ୍ଗୁରୁକୋଣ୍ଡା, ଏମଭି-୯୦, ଏମଭି-୯୬ ଓ ମହାରାଜପାଲି ଠାରେ ଥିବା ପୋଲ ଗୁଡିକ ଉପରେ ୪ରୁ ୫ ଫୁଟ୍‌‌ ଉଚ୍ଚରେ ବର୍ଷାଜଳ ପ୍ରବାହିତ ହେଉଛି। ସେହିପରି କାଲିମେଳା-ପଡ଼ିଆ ମୁଖ୍ୟ ରାସ୍ତାର କନ୍ୟାଶ୍ରମ ପୋଲ ଉପରେ ମଧ୍ୟ ୩ରୁ ୪ ଫୁଟ୍‌‌ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେଉଛି। ଫଳରେ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼଼କୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ଅନ୍ୟପକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପୋଲ ନିକଟରେ ପୋଲିସ ଫୋର୍ସ ମୁତୟନ କରାଯାଇ ଲୋକଙ୍କୁ ସେହିବାଟ ଦେଇ ଯିବାକୁ ବାରଣ କରାଯାଉଛି। ପ୍ରବଳ ବର୍ଷା ଯୋଗୁଁ ଖଇରପୁଟ ବ୍ଲକର ବଣ୍ଡାଘାଟିରେ ପାହାଡ଼ ଧସି ରାସ୍ତା ଅବରୋଧ ହୋଇଥିବାରୁ ଅଣ୍ଡ୍ରାହାଲ ଓ ମୁଦୁଲିପଡ଼ା ପଂଚାୟତକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories