www.samajalive.in
Friday, December 5, 2025
23.1 C
Bhubaneswar

ବନ୍ୟା ସ୍ଥିତି ନାହିଁ କହିଲେ ସର୍ବୋଚ୍ଚ ଯନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ । ବୁଢାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ରହିଥିବା ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ଜଳକାରେ ଧୀରେ ଧୀରେ ପାଣି କମୁଛି । ଆଗାମୀ ୭ଦିନ ଯାଏଁ ବର୍ଷା ନଥିବାରୁ ସ୍ଥିତିରେ ଆହୁରି ସୁଧାର ଆସିବ । ହୀରାକୁଦ ଜଳସ୍ତର ୯ଟା ସୁଦ୍ଧା ୬୨୬.୩୫ଫୁଟ୍‍ ରହି ଥିବାବେଳେ ୪ଟି ଗେଟ୍‍ ବନ୍ଦ କରାଯାଇଛି । ବର୍ତ୍ତମାନ ୨୦ଟି ଗେଟ୍‍ ଦେଇ ଜଳ ନିଷ୍କାସନ ହେଉଛି । ୩ଲକ୍ଷ ୮୫ହଜାର କ୍ୟୁସେକ ପ୍ରବେଶ କରୁଛି ଏବଂ ୪ଲକ୍ଷ ୨୪ହଜାର କ୍ୟୁସେକ ନିଷ୍କାସିତ ହେଉଛି । କାଲି ମୁଣ୍ଡଳୀରେ ସନ୍ଧ୍ୟା ୬ଟାରେ ୫ଲକ୍ଷ ୫୦ହଜାର କ୍ୟୁସେକ ଜଳ ପ୍ରବାହିତ ହେବ ବୋଲି ଯନ୍ତ୍ରୀ ସୂଚନା ଦେଇଛନ୍ତି ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories