www.samajalive.in
Saturday, December 6, 2025
15.1 C
Bhubaneswar

ହୀରାକୁଦର ୨୦ଟି ଗେଟ୍‌ ଖୋଲିଲା: ଅତିରିକ୍ତ ଏସ୍‌ଆରସି କହିଲେ ବନ୍ୟା ଭୟ ନାହିଁ

ସମାଜ ଡିଜିଟାଲ ଡେସ୍କ: ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି। ବର୍ତ୍ତମାନ ୨୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ଜଳ। ରବିବାର ୩ଟି ପର୍ଯ୍ୟାୟରେ ମୋଟ୍‌ ୨୦ଟି ଗେଟ୍‌ ଖୋଲାଯାଇଛି। ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍‌ ଖୋଲାଯାଇଥିବାବେଳେ ଦ୍ଵିତୀୟ ପର୍ଯ୍ୟାୟରେ ଆଉ ୭ଟି ଗେଟ୍‌ ଖୋଲାଯାଇଥିଲା ଏବଂ ତୃତୀୟ ପର୍ଯ୍ୟାୟରେ ୬ଟି ଗେଟ୍‌ ସହ ମୋଟ୍‌ ୨୦ଟି ଗେଟ୍‌ ଖୋଲାଯାଇଛି। ଅପରପକ୍ଷେ, ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଅତିରିକ୍ତ ସ୍ଵତନ୍ତ୍ର ରିଲିଫ୍‌ କମିଶନର ପଦ୍ମନାଭ ବେହେରା। ସେ କହିଛନ୍ତି, ୨୦ଟି ଗେଟ୍ ଖୋଲାଯିବା ଫଳରେ ସୋମବାର ସକାଳ ୮ଟା ସୁଦ୍ଧା ଖଇରମାଳଠାରେ ୪.୫୦ ଲକ୍ଷ କ୍ୟୁସେକ୍ ଏବଂ ଜୁଲାଇ ୩୦ ତାରିଖ ପୂର୍ବାହ୍ନ ୧୧ଟା ସୁଦ୍ଧା ମୁଣ୍ଡଳି ଦେଇ ୫ ଲକ୍ଷ କ୍ୟୁସେକ୍ ଜଳ ନିଷ୍କାସିତ ହେବ।

ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ତଳିଆ ଅଞ୍ଚଳରେ ଲୋକମାନଙ୍କୁ ସତର୍କ କରାଯାଇଛି। ସ୍ୱତନ୍ତ୍ର ରିଲିଫ କମିଶନର ୯ଟି ଜିଲାର ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି। ସମ୍ବଲପୁର, ସୋନପୁର, ବୌଦ୍ଧ ନୟାଗଡ଼, ଅନୁଗୁଳ, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ପଶୁମାନଙ୍କୁ ମଧ୍ୟ ନଦୀ ନିକଟବର୍ତ୍ତୀ ଅଞ୍ଚଳକୁ ନ ଛାଡିବା ପାଇଁ କୁହାଯାଇଛି। ଜିଲାପାଳମାନେ ମଧ୍ୟ ସତର୍କ ରହିବାସହ ସ୍ଥିତି ଉପରେ ନଜର ରଖିବାକୁ ଅନୁରୋଧ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories