www.samajalive.in
Sunday, December 7, 2025
23.1 C
Bhubaneswar

ସମ୍ବିଧାନ ପ୍ରଣେତା ବାବାସାହେବ ଥିଲେ ଅର୍ଥନୀତିଜ୍ଞ ଓ ରାଷ୍ଟ୍ର ନିର୍ମାତା-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଭାରତରତ୍ନ ବାବାସାହେବ ଡଃ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏଜି ଛକସ୍ଥିତ ଭାରତରତ୍ନ ଡଃ. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମାଲ୍ୟାର୍ପଣ କରିଛନ୍ତି। ସମ୍ବିଧାନ ପ୍ରଣେତା ବାବାସାହେବଙ୍କୁ ଜଣେ ସମାଜ ସଂସ୍କାରକ, ଆଇନଜ୍ଞ, ଅର୍ଥନୀତିଜ୍ଞ ଓ ରାଷ୍ଟ୍ର ନିର୍ମାତା ଭାବେ ମୁଖ୍ୟମନ୍ତ୍ରୀ ଅଭିହିତ କରିଥିଲେ । ମାନସିକ ଦୃଢ଼ତା, ପ୍ରଜ୍ଞା, ସତ୍ୟ ନିଷ୍ଠାର ମୂର୍ତ୍ତିବନ୍ତ ପ୍ରତୀକ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଦେଶ ଗଠନରେ ଆମ୍ବେଦକରଙ୍କ ତ୍ୟାଗର ସ୍ମୃତିଚାରଣ କରିଥିଲେ ।

- Advertisement -

ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ଯାଜପୁର ସାଂସଦ ଡ. ରବିନ୍ଦ୍ର ନାରାୟଣ ବେହେରା, ଏକାମ୍ର ବିଧାୟକ ବାବୁ ସିଂଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ଶିକ୍ଷାବିତ ପ୍ରମୁଖ ଉପସ୍ଥିତ ରହି ମାଲ୍ୟାର୍ପଣ ପୂର୍ବକ ଆମ୍ବେଦକରଙ୍କ ସ୍ମୃତିଚାରଣ କରିଥିଲେ ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ  ସୁରେନ୍ଦ୍ରନାଥ ପରିଡା, ଉପ ନିର୍ଦ୍ଦେଶକ(କ୍ଷେତ୍ର)  ସୁଚେତା ପ୍ରିୟଦର୍ଶିନୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories