ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ‌ ରାଷ୍ଟ୍ରପତିଙ୍କ ମାଲ୍ୟାର୍ପଣ

ଭୁବନେଶ୍ବର : ଗୁରୁବାରଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ରାଜଧାନୀ ଭୁବନେଶ୍ବରର ୬ଟି ବିଭିନ୍ନ ଛକରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ‌ ମାଲ୍ୟାର୍ପଣ କରୁଛନ୍ତି । ପ୍ରଥମେ କଳ୍ପନା ଛକରେ ଥିବା ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ରାଜଭବନ ଛକରେ ଥିବା ମଧୁସୂଦନ ଦାସ, ଗୋପବନ୍ଧୁ ଛକରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହାପରେ ପାୱାର ହାଉସ ଛକରେ ଥିବା ମହାରାଜ ଶ୍ରୀରାମଚନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି,  ନାଲକୋ ଛକରେ ଥିବା ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତି ସହ ଉତ୍କଳ ହସ୍ପିଟାଲ ନିକଟ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସେହିପରି ଆଦିବାସୀ ସ୍ବାଧୀନତା ସଂଗ୍ରାମୀ  ଭଗବାନ ବିର୍ସା ମୁଣ୍ଡା ଓ  ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ।

ରାଜଭବନରେ ତାଙ୍କ ସମ୍ମାନାର୍ଥେ ଆଜି ସନ୍ଧ୍ୟାରେ ନାଗରିକ ସମ୍ବର୍ଦ୍ଧନାର ବ୍ୟବସ୍ଥା ହୋଇଛି । ଶ୍ରୀମତୀ ମୁର୍ମୁ ରାଜଭବନରେ ରାତ୍ରିଯାପନ କରିବେ।

 

Comments are closed.