www.samajalive.in
Sunday, December 7, 2025
23.1 C
Bhubaneswar

ଶ୍ରୀମନ୍ଦିର ପରିସରରେ ପୁଣି ଲାଗିଲା ଲାଇଟ୍

ପୁରୀ : ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ପରେ ଶନିବାର ପୁଣିଥରେ ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଆଲୋକ ବ୍ୟବସ୍ଥା କରାଯାଇଛି। ପ୍ରଶାସନ ଅନୁମତି ବିନା ବିଦ୍ୟୁତ୍ ହାଇ ଫୋକସ୍‌ ବଲ୍‌ବଗୁଡ଼ିକୁ କାଢ଼ି ନେଇଥିବା ଇଭେଣ୍ଟ ମ୍ୟାନେଜମେଣ୍ଟ ସଂସ୍ଥାର ୪ ଶ୍ରମିକଙ୍କୁ ପୁଲିସ ଅଟକ ରଖିଛି। ଏଥିନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ପୁରୀ ଗସ୍ତରେ ଆସି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ବରେ ଯଥାଶୀଘ୍ର ଆଲୋକ ବ୍ୟବସ୍ଥା କରିବାକୁ ସେ ନିର୍ଦେଶ ଦେଇଛନ୍ତି। ତାହାକୁ ଭିତ୍ତିକରି ଭୁବନେଶ୍ବରର ଏକ ଇଭେଣ୍ଟ ମ୍ୟାନେଜମେଣ୍ଟ ସଂସ୍ଥା ପକ୍ଷରୁ ପୁଣି ଥରେ ଆଲୋକ ବ୍ୟବସ୍ଥା କରାଯାଇଛି। ସୂଚନା ଅନୁଯାୟୀ ପରିକ୍ରମା ମାର୍ଗ ଲୋକାର୍ପଣ ପୂର୍ବରୁ ଏହି ସଂସ୍ଥା ଠିକାରେ ଆଲୋକ ବ୍ୟବସ୍ଥା କରିଥିଲା। ଏଥିପାଇଁ ମାସିକ ଭଡ଼ା ଧାର୍ଯ୍ୟ କରାଯାଇଥିଲା। ବିଜେଡି ନିର୍ବାଚନରେ ହାରିଯିବା ସହ ସରକାର ପରିବର୍ତ୍ତନ ହେଉଥିବା ଜାଣି ସମ୍ପୃକ୍ତ ସଂସ୍ଥା ଦୁଇଦିନ ତଳେ ସିଂହଦ୍ବାର ସମ୍ମୁଖରେ ଲଗାଇଥିବା ହାଇ ଫୋକସ୍‌ ବଲ୍‌ବଗୁଡ଼ିକୁ ହଠାତ୍ କାଢ଼ି ନେଇଥିଲା। ଏଥିଯୋଗୁଁ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖ ସମେତ ଚାରିପାଖ ଅନ୍ଧକାର ହୋଇଯାଇଥିଲା। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଅଦାଲତ ମିତ୍ର ଏନ୍. କେ ମହାନ୍ତି ଏଥିନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାତିସୁଦ୍ଧା ଆଲୋକ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହି ଘଟଣାର ତଦନ୍ତ କରାଯାଉଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କହିଛନ୍ତି। ସଚେତନ ନାଗରିକ ମଞ୍ଚ ପକ୍ଷରୁ ଥାନାରେ ଏନେଇ ଅଭିଯୋଗ କରାଯାଇଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories