www.samajalive.in
Sunday, December 7, 2025
15.1 C
Bhubaneswar

୪ଜିଲାରେ ଘନ କୁହୁଡ଼ି : ଫୁଲବାଣୀରେ ପାରଦ ୭.୮ ଡିଗ୍ରୀ

ଭୁବନେଶ୍ବର : ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରୁ ଶୀତ ପ୍ରକୋପ କମିବାରେ ଲାଗିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ପ୍ରାୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ରାତ୍ରିର ତାପମାତ୍ରା ବଢିବ। ଏହି ସମୟରେ ଶୀତ କମ ଅନୁଭୂତ ହେବ। ସର୍ବାଧିକ ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ ବଢିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆକଳନ ଅନୁଯାୟୀ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ କୁହୁଡି ପରିଲକ୍ଷିତ ହେବ। ଶୁକ୍ରବାର ସକାଳେ ଜଗତସିଂହପୁର, କଟକ, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲାରେ ଘନ କୁହୁଡି ଅନୁଭୂତ ହେବ। ଘନ କୁହୁଡିକୁ ଲକ୍ଷ୍ୟ କରି ପାଣିପାଗ କେନ୍ଦ୍ର ଉପରୋକ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବାଲେଶ୍ବର, ଯାଜପୁର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ଅନୁଭୂତ ହେବ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ଫୁଲବାଣୀରେ ୭.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ପାରଦ ୧୧ ଡିଗ୍ରୀ ଉପରେ ରହିଛି। ଆସନ୍ତାକାଲି ସକାଳେ ରାଜଧାନୀରେ କୁହୁଡି ଅନୁଭୂତ ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories