www.samajalive.in
Wednesday, December 10, 2025
26.1 C
Bhubaneswar

‘ଫନି’ ଅପଡେଟ – ୧୧ଟି ଜିଲ୍ଲାର ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ କାଲି ବନ୍ଦ

ଭୁବନେଶ୍ୱର: ଅତି ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନି’ର ଭୟାବହତାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲାରେ ଆସନ୍ତା କାଲି ଅର୍ଥାତ ମେ ୩ତାରିଖ ଦିନ ସମସ୍ତ ଦୋକାନ ବଜାର, ସରକାରୀ ବେସରକାରୀ ସ୍କୁଲ, କଲେଜ, କାର୍ଯ୍ୟାଳୟ ବନ୍ଦ ରହିବ। କେବଳ ଝଡର ମୁକାବିଲା ପାଇଁ ନିର୍ଦ୍ଦିଷ୍ଟ କେତେକ ଅଫିସ ବ୍ୟତୀତ ଅନ୍ୟ ସମସ୍ତ ପ୍ରତିଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ। ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ବିଶେଷ କରି ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ।

ନୂଆଦିଲ୍ଲୀ ପାଣିପାଗ କେନ୍ଦ୍ର ସୂଚନାକୁ ଉଦ୍ଧାର କରି ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ଶୁକ୍ରବାର ସକାଳ ୯.୩୦ ମିନିଟରୁ ୨ଟା ପର୍ଯ୍ୟନ୍ତ ସାମୁଦ୍ରିକ ଝଡ଼ ‘ଫନି’ ଭୂମି ସ୍ପର୍ଶ କରିବ ଓ ସେହି ୫ ଘଣ୍ଟା ମଧ୍ୟରେ ବ୍ୟାପକ କ୍ଷୟକ୍ଷତି ଘଟିବାର ମଧ୍ୟ ସମ୍ଭାବନା ରହିଛି। ସେ କହିଛନ୍ତି ଯେ ପ୍ରାୟ ୮ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି ଏବଂ ଅବଶିଷ୍ଟ ୩ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଆଣିବା ପ୍ରକ୍ରିୟା ଆସନ୍ତା କାଲି ଅର୍ଥାତ ଶୁକ୍ରବାର ସକାଳ ସୁଦ୍ଧା ଶେଷ ହୋଇଯିବ। ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ସାମୁଦ୍ରିକ ଝଡ଼ ‘ଫନି’ ପୁରୀ ଓ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଭୂମି ସ୍ପର୍ଶ କରିବ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories