www.samajalive.in
Tuesday, December 9, 2025
16.1 C
Bhubaneswar

ଜାଣନ୍ତୁ, ଏହି ଖାଦ୍ୟ କେଉଁ ସମୟରେ ଖାଇବା ଉଚିତ୍

ସୁସ୍ଥ ରହିବା ପାଇଁ ଆମକୁ ପ୍ରତିଦିନ ସନ୍ତୁଳିତ ଆହାରର ସେବନ କରିବାକୁ ପଡିଥାଏ। ଭିଟାମିନ ଯୁକ୍ତ ଖାଦ୍ୟ ଖାଇବା ଦ୍ବାରା ଶରୀରକୁ ଆବଶ୍ୟକ ପରିମାଣର ଶକ୍ତି ମିଳିଥାଏ। କିନ୍ତୁ ଖାଦ୍ୟକୁ ସର୍ବଦା ସଠିକ ସମୟ ଖାଇବା ଦ୍ବାରା ଠିକ ଭାବେ ଭିଟାମିନ ଶରୀରକୁ ମିଳିଥାଏ। ବେଳେବେଳେ ଆମେ ଭୁଲ ସମୟ ପରେ କିଛି ଖାଦ୍ୟ ପଦାର୍ଥ ଖାଇବା ଦ୍ବାରା ତାର କୁପ୍ରଭାବ ଶରୀର ଉପରେ ପଡିଥାଏ। ତେବେ ଆସନ୍ତୁ ଜାଣିବା କେଉଁ ଖାଦ୍ୟ କେଉଁ ସମୟରେ ଖାଇବା ଉଚିତ ..

କ୍ଷୀର :

- Advertisement -

କ୍ଷୀରରେ ପ୍ରଚୁର ପରିମାଣରେ ପ୍ରୋଟିନ ରହିଛି। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କରିଥାଏ। କିନ୍ତୁ କ୍ଷୀର ହଜମ ହେବାକୁ ଅଧିକ ସମୟ ଲାଗୁଥିବାରୁ ଏହାକୁ ଦିନରେ ପିଅନ୍ତୁ ନାହିଁ। କାରଣ ଏହାକୁ ଦିନରେ ପିଇବା ଦ୍ବାରା ଅଳସୁଆ ଅନୁଭବ ହୋଇଥାଏ। ତେଣୁ କ୍ଷୀରକୁ ରାତିରେ ପିଇବା ଦ୍ବାରା ସଠିକ ଭାବେ ନିଦ ହୋଇଥାଏ। ଏହାସହ ହଜମ ମଧ୍ୟ ଠିକ ଭାବେ ହୋଇଥାଏ।

ଦହି :

ରାତିରେ ଦହି ଖାଇବାକୁ ବାରଣ କରାଯାଇଛି। କାରଣ ରାତିରେ ଦହି ଖାଇବା ଦ୍ବାରା ଶରୀରର ଉଷ୍ମତା ବୃଦ୍ଧି ହୋଇଥାଏ। ଯାହାଦ୍ବାରା ଏସିଡିଟି ସମସ୍ୟା ସୃଷ୍ଟି ହୋଇଥାଏ। ଏହାସହ ରାତିରେ ଦହି ଖାଇବା ଦ୍ବାରା ଥଣ୍ଡା ହେବା ସହ କଫ ସମସ୍ୟା ସୃଷ୍ଟି ହୋଇଥାଏ। ତେଣୁ ଦହିକୁ ଦିନ ଖାଇବା ଶରୀରକୁ ସଠିକ ପରିମାଣରେ ପୋଷକତତ୍ତ୍ବ ମିଳିଥାଏ। ଏହାସହ ହଜମ କ୍ରିୟା ସଠିକ ଭାବେ ହୋଇଥାଏ।

ଗ୍ରୀନ ଟି :

ଗ୍ରୀନ ଟି ପିଇବା ଦ୍ବାରା ଶରୀରକୁ ସତେଜ ଅନୁଭବ ହୋଇଥାଏ। ଏହା ଶରୀର ପାଇଁ ଉପକାରୀ ଅଟେ। କିନ୍ତୁ ଏହାକୁ ଠିକ ସମୟରେ ନ ପିଇବା ଦ୍ବାରା ଏସିଡିଟି ହୋଇଥାଏ। ତେଣୁ ସର୍ବଦା ସକାଳ ସମୟରେ ଗ୍ରୀନ ଟି ପିଇବା ଉଚିତ।

ସେଓ :

ଉତ୍ତମ ସ୍ବାସ୍ଥ୍ୟ ପାଇଁ ସମସ୍ତେ ସେଓ ଖାଇ ଥାଆନ୍ତି। ଏହାକୁ ଠିକ ସମୟରେ ନ ଖାଇବା ଦ୍ବାରା ପାକସ୍ଥଳୀରେ ଏସିଡର ପରିମାଣ ବୃଦ୍ଧି ହୋଇଥାଏ। ବିଶେଷ କରି ସେଓକୁ ରାତିରେ ଖାଇବା ଉଚିତ ନୁହେଁ। ଏହାକୁ ରାତିରେ ଖାଇବା ଦ୍ବାରା ଶରୀରରେ ଅମ୍ଳତ୍ବ ବୃଦ୍ଧି ପାଇଥାଏ। ତେଣୁ ଦିନ ବେଳା ସେଓ ଖାଆନ୍ତୁ।

କଦଳୀ :

ସାଧାରଣତଃ ରାତିରେ କଦଳୀ ଖାଇବା ଦ୍ବାରା ଥଣ୍ଡା ଓ କଫ ସମସ୍ୟା ସୃଷ୍ଟି ହୋଇଥାଏ। ଏହାସହ ଖାଲି ପେଟରେ କଦଳୀ ଖାଇବା ଦ୍ବାରା ପାକସ୍ଥଳୀରେ ସମସ୍ୟା ଦେଖା ଦେଇଥାଏ। ଦିନ ବେଳେ କଦଳୀ ଖାଇବା ଉଚିତ। କାରଣ ଏହା ଦିନରେ ସଠିକ ଭାବେ ହଜମ ହୋଇପାରେ। ଏହାସହ ଛାତି ଜଳାପୋଡା ସମସ୍ୟାରୁ ମୁକ୍ତି ଦେଇଥାଏ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories