www.samajalive.in
Saturday, December 6, 2025
16.1 C
Bhubaneswar

ଆମ୍ବରସ ଆଳୁ

ଆବଶ୍ୟକ ସାମଗ୍ରୀ
ଛୋଟ ସିଝା ଆଳୁ – ୫୦୦ ଗ୍ରାମ
ଆମ୍ବ ରସ – ୨୫୦ ଗ୍ରାମ
ହେଙ୍ଗୁ – ଅଳ୍ପ
ରସୁଣ ବଟା – ୨ ଚାମଚ
ଲଙ୍କା ଗୁଣ୍ଡ – ୧ ଚାମଚ
ଅଦା ବଟା – ୧ ଚାମଚ
ଜିରା – ଅଳ୍ପ
କଟା ପିଆଜ – ୧ଟି
ହଳଦୀ ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ ଚାମଚ
ଲେମ୍ବୁ ରସ – ୧ ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଜିରା ପକାଇ ଭାଜନ୍ତୁ । ଜିରା ଭାଜି ହେବା ପରେ କଟା ପିଆଜ ପକାଇ ଭାଜନ୍ତୁ। କିଛି ସମୟ ଭାଜିବା ପରେ ଅଦା ରସୁଣ ବଟା, ହଳଦୀ ଗୁଣ୍ଡ, ଲୁଣ, ହେଙ୍ଗୁ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା , ଅଳ୍ପ ପାଣି ପକାଇ ଭଲ ଭାବେ କଷନ୍ତୁ। ଭଲ ଭାବେ କଷିବା ପରେ ସିଝା ଆଳୁ, ଅଳ୍ପ ଲୁଣ ପକାଇ ପୁଣି କଷନ୍ତୁ। ଏବେ ଏଥିରେ ଲେମ୍ବୁ ରସ , ଆମ୍ବ ରସ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ୧୦ ରୁ ୧୫ ମିନିଟ ଗ୍ୟାସରେ ବସାଇ ଆଞ୍ଚ ବନ୍ଦ କରି ଦିଅନ୍ତୁ। ଏବେ ଏଥିରେ କଟା ଧନିଆ ପତ୍ର ସଜାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଆମ୍ବରସ ଆଳୁ। ଏହାକୁ ରୁଟି କିମ୍ବା ପରଟା ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories