www.samajalive.in
Saturday, December 6, 2025
14.1 C
Bhubaneswar

ଚିଙ୍ଗୁଡ଼ି କଷା

ଆବଶ୍ୟକ ସାମଗ୍ରୀ
ଚିଙ୍ଗୁଡ଼ି – ୫୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
କଟା ପିଆଜ – ୨ଟି
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
କଟା ଟମାଟୋ – ୧ଟି
ହଳଦୀ ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ବଟର – ୧ ଚାମଚ
କ୍ଷୀର ସର – ୧ ଚାମଚ
ଗରମ ମସଲା ଗୁଣ୍ଡ – ୧ ଚାମଚ
ଜିରା ଗୁଣ୍ଡ – ୧ ଚାମଚ
ଧନିଆ ଗୁଣ୍ଡ – ୧ ଚାମଚ
କଞ୍ଚା ଲଙ୍କା – ୩ଟି
କଟା ଧନିଆ ପତ୍ର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିଙ୍ଗୁଡ଼ିକୁ ଧୋଇ ହଳଦୀ ଗୁଣ୍ଡ ଗୋଳାଇ ଏକ ପାତ୍ରରେ ରଖନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଭଲ ଭାବେ ଚିଙ୍ଗୁଡ଼ିକୁ ଭାଜି ଏକ ପାତ୍ରକୁ କାଢି ରଖନ୍ତୁ। ଏବେ କଡ଼େଇରେ ଆଉ କିଛି ତେଲ ପକାନ୍ତୁ। ତେଲ ଗରମ ହେବା ପରେ କଟା ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହେବା ପରେ ଅଦା ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ , ଜିରା ଗୁଣ୍ଡ, ଧନିଆ ଗୁଣ୍ଡ ପକାଇ ଭଲ ଭାବେ କଷନ୍ତୁ। ଭଲ ଭାବେ କଷି ହେବା ପରେ ଗୋଟା କଞ୍ଚା ଲଙ୍କା, ଟମାଟୋ, ଭଜା ହୋଇଥିବା ଚିଙ୍ଗୁଡ଼ି, ଅଳ୍ପ ପାଣି ଦେଇ ୨ ମିନିଟ ଗ୍ୟାସରେ ବସାନ୍ତୁ। ୨ ମିନିଟ ହେବା ପରେ ଏଥିରେ ବଟର ଓ କ୍ଷୀର ସର ପକାଇ ଗୋଳାଇ ଦିଅନ୍ତୁ। ଏହା ପରେ ଗରମ ମସଲା, ଧନିଆ ପତ୍ର ପକାଇ ୨ରୁ ୫ ମିନିଟ୍ ଗ୍ୟାସରେ ବସାଇ ଓହ୍ଲାଇ ଦିଅନ୍ତୁ। ଏବେ ଏକ ପାତ୍ରକୁ କାଢି ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories