www.samajalive.in
Saturday, December 6, 2025
16.1 C
Bhubaneswar

ଭୋପାଲୀ ମଟନ

ଆବଶ୍ୟକ ସାମଗ୍ରୀ
ମଟନ – ୫୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
କଟା ପିଆଜ – ୩ଟି
ତେଜପତ୍ର – ୩ଟି
ଗୋଟା ଜିରା, ଧନିଆ, ଡ଼ାଲଚିନି, ବଡ଼ ଅଳେଇଚ, ଗୁଜୁରାତି, ଜାଇତ୍ରି ଫଳ
ଲୁଣ – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଜିରା ଗୁଣ୍ଡ -ଆବଶ୍ୟକ ପରିମାଣରେ
ଧନିଆ ଗୁଣ୍ଡ – -ଆବଶ୍ୟକ ପରିମାଣରେ
ଦହି – ୨ ଚାମଚ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମଟନକୁ ଭଲ ଭାବେ ଧୋଇ ଦିଅନ୍ତୁ। ଗୋଟା ଜିରା, ଧନିଆ, ଡ଼ାଲଚିନି, ବଡ଼ ଅଳେଇଚ, ଗୁଜୁରାତି, ଜାଇତ୍ରି ଫଳରେ ଅଳ୍ପ ପାଣି ଦେଇ ଏହାକୁ ପେଷି ଦିଅନ୍ତୁ। ଏହା ପରେ ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ସେଥିରେ ଗୋଟା ତେଜପତ୍ର, କଟା ପିଆଜ ପକାଇ ଭାଜନ୍ତୁ। କିଛି ସମୟ ଭାଜିବା ପରେ ଏଥିରେ ମଟନ, ଲୁଣ ପକାଇ ଭଲ ଗୋଳାଇ ଦିଅନ୍ତୁ। ଏଥିରେ ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଗରମ ମସଲା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ପକାଇ ଗୋଳାନ୍ତୁ। ଏବେ ଏଥିରେ ଦହି, ପେଷିଥିବା ମସଲା ପକାଇ ଗୋଳାଇ ୨୦ ମିନିଟ ଗ୍ୟାସରେ ବସାନ୍ତୁ। ଏହା ପରେ ଗୋଟା ଜିରା, ଧନିଆ, ଡ଼ାଲଚିନି, ବଡ଼ ଅଳେଇଚ, ଗୁଜୁରାତି, ଜାଇତ୍ରି ଫଳ ପକାଇ କିଛି ପାଣି ଦେଇ ୧୦ ମନିଟ ଫୁଟାନ୍ତୁ। ପ୍ରସ୍ତୁତ ହୋଇଗଲା ଭୋପାଲି ମଟନ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories