www.samajalive.in
Saturday, December 6, 2025
26.1 C
Bhubaneswar

ଶୁଖା ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
ଲୁଣ – ଆବଶ୍ୟକ ପରିମାଣରେ
ଜିରା ଗୁଣ୍ଡ – ୧ଚାମଚ
ଧନିଆ ଗୁଣ୍ଡ – ୧ଚାମଚ
ଲଙ୍କା ଗୁଣ୍ଡ – ୧ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ଗରମ ମସଲା – ୧ଚାମଚ
ଗୋଲମରିଚ ଗୁଣ୍ଡ – ଅଳ୍ପ
ଲେମ୍ବୁ ରସ – ୨ଚାମଚ
ଦହି – ଅଳ୍ପ
କଟା ପିଆଜ – ୨ଟି
ଅଦା ରସୁଣ ବଟା – ୨ ଚାମଚ
ବେସନ – ଅଳ୍ପ
କର୍ଣ୍ଣଫ୍ଲୋର – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏକ ପାତ୍ରରେ ରଖନ୍ତୁ। ଏବେ ଏଥିରେ ଲୁଣ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଗରମ ମସଲା, ଗୋଲମରିଚ ଗୁଣ୍ଡ ,ଲେମ୍ବୁ ରସ, ଦହି, ଅଦା ରସୁଣ ବଟା, ବେସନ ,କର୍ଣ୍ଣଫ୍ଲୋର, ଅଳ୍ପ ତେଲ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଗୋଳାଇବା ପରେ ଏହାକୁ ୧ ଘଣ୍ଟା ରଖି ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଗୋଳା ହୋଇ ରହିଥିବା ଚିକେନକୁ ଭଲ ଭାବେ ଛାଣି ଦିଅନ୍ତୁ। ଛାଣିବା ପରେ ଏକ ପାତ୍ରକୁ କାଢି କଟା ପିଆଜ ଓ ଲେମ୍ବୁ ରଖି ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଚିକେନ ଶୁଖା ମସଲା।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories