www.samajalive.in
Sunday, December 7, 2025
14.1 C
Bhubaneswar

ମକା ଚିଜ ଛଣା

ଆବଶ୍ୟକ ସାମଗ୍ରୀ
ସିଝା ଆଳୁ – ୩ଟି
ସିଝା ମକା – ୧କପ
କୋରା ପନୀର – ୫୦ ଗ୍ରାମ
କର୍ଣ୍ଣଫ୍ଲୋର – ୨ଚାମଚ
କଟା କଞ୍ଚାଲଙ୍କା – ୨ଟି
କଟା ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ଗୋଲମରିଚ ଗୁଣ୍ଡ – ୧ ଚାମଚରୁ ସାମାନ୍ୟ କମ
ଚିଜ ଖଣ୍ଡ – ୩ ରୁ ୪ଟି
ପେଷା ପାଉରୁଟିର ମାଟିଆ ଭାଗ – ୧କପ
ଚାର୍ଟ ମସଲା – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ଏକ ପାତ୍ରରେ ସିଝା ଆଳକୁ ଭଲ ଭାବେ ଚକଟି ଦିଅନ୍ତୁ। ଏହି ଚକଟା ଆଳୁରେ କର୍ଣ୍ଣଫ୍ଲୋର, କୋରା ପନିର , ମକା ପକାନ୍ତୁ। ଏହାପରେ ଏଥିରେ କଞ୍ଚାଲଙ୍କା, ଧନିଆ ପତ୍ର, ଲୁଣ, ଗୋଲମରିଚ ଗୁଣ୍ଡ ଭଲ ଭାବେ ମିଶାଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏବେ ଗ୍ୟାସ ଲଗାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ମଧ୍ୟରେ ଏହି ମିଶ୍ରଣରୁ ଛୋଟ ବଲ ଆକୃତିର କରି ଏହାର ମଧ୍ୟ ଭାଗକୁ ଖାଲ କରନ୍ତୁ। ଏହି ଖାଲ ମଧ୍ୟରେ ଚିଜ ଅଳ୍ପ ଚାର୍ଟ ମସଲାକୁ ରଖନ୍ତୁ ଓ ସମ୍ପୂର୍ଣ୍ଣ ବଲ ଆକୃତିର କରି ଦିଅନ୍ତୁ। ଏହି ବଲକୁ ତେଲରେ ଭଲ ଭାବେ ଛାଣି ଦିଅନ୍ତୁ। ଛାଣିବା ପରେ ଏହାକୁ ଏକ ପାତ୍ରକୁ କାଢି ଚଟଣି କିମ୍ବା ସସ ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories