www.samajalive.in
Tuesday, December 9, 2025
26.1 C
Bhubaneswar

ପାଳଙ୍ଗ ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ ( ବୋନଲେସ) – ୫୦୦ ଗ୍ରାମ
କଟା ପାଳଙ୍ଗ – ୧ କପ ରୁ ଅଧିକ
କଟା ପିଆଜ – ୨ଟି
ଅଦା ରସୁଣ ବଟା – ୩ଚାମଚ
ଡ଼ାଲଚିନି ଗୁଣ୍ଡ – ୧ଚାମଚ
ଗରମ ମସଲା ଗୁଣ୍ଡ – ୧ଚାମଚ
ଧନିଆ ଗୁଣ୍ଡ – ୧ ଚାମଚରୁ କମ
ଲଙ୍କା ଗୁଣ୍ଡ – ୧ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ଗୋଲମରିଚ ଗୁଣ୍ଡ – ୧ଚାମଚରୁ କମ
ଦହି – ୨ଚାମଚ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଧୋଇ ଏକ ପାତ୍ରରେ ରଖନ୍ତୁ। ପାଳଙ୍ଗକୁ ମଧ୍ୟ ଭଲ ଭାବେ ଧୋଇ ଏକ ପାତ୍ରରେ ରଖନ୍ତୁ। ଏବେ ଏକ ପାତ୍ରରେ ଚିକେନ, ଦହି , ଗୋଲମରିଚ ଗୁଣ୍ଡ, ଲୁଣ ପକାଇ ଗୋଳାଇ ରଖିଦିଅନ୍ତୁ। ଏହାକୁ ୧ ଘଣ୍ଟା ଫ୍ରିଜରେ ରଖିଦିଅନ୍ତୁ। ଏବେ ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଗଲେ ଏଥିରେ ଅଦା ରସୁଣ ବଟା,ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ଏଥିରେ ପାଳଙ୍ଗ ଶାଗ ପକାଇ କଷନ୍ତୁ। କିଛି ସମୟ କଷିବା ପରେ ରଖିଥିବା ଚିକେନକୁ ପକାଇ ଗୋଳାଇ ଦିଅନ୍ତୁ। ଏବେ ଏଥିରେ ଡ଼ାଲଚିନି ଗୁଣ୍ଡ, ଗରମ ମସଲା, ଧନିଆ ଗୁଣ୍ଡ ପକାଇ କିଛି ସମୟ କଷନ୍ତୁ। କିଛି ସମୟ କଷିବା ପରେ ଏଥିରେ ୧କପ ପାଣି ଦେଇ ୧୦ ମିନିଟ ଫୁଟାନ୍ତୁ। ୧୦ ମିନିଟ ପରେ ଏକ ପାତ୍ରକୁ କାଢ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ପାଳଙ୍ଗ ଚିକେନ। ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories