www.samajalive.in
Sunday, December 7, 2025
13.1 C
Bhubaneswar

ସ୍ପାଇସି ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ – ୬୦୦ଗ୍ରାମ
ଲୁଣ – ଆବଶ୍ୟକ ପରିମାଣରେ
ଲେମ୍ବୁ ରସ – ୨ଚାମଚ
ଅଦା ରସୁଣ ବଟା – ୪ ଚାମଚ
ତେଲ – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
କଟା ପିଆଜ – ୨ଟି
ଭୁସଙ୍ଗ ପତ୍ର – ଅଳ୍ପ
କଞ୍ଚା ଲଙ୍କା – ୩ଟି
ଟମାଟୋ ସସ – ଅଳ୍ପ
ପ୍ରସ୍ତୁ୍‍ତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏକ ମାଟି ପାତ୍ରରେ ରଖି ଦିଅନ୍ତୁ। ଏବେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ,ଲୁଣ, ଅଦା ରସୁଣ ବଟା, ଲେମ୍ବୁ ରସ ପକାଇ ଭଲ ଭାବେ ଗୋଳାଇ ୩୦ ମିନିଟ ରଖିଦିଅନ୍ତୁ। ଗ୍ୟାସ ଲଗାଇ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଗୋଳାଇ ରଖିଥିବା ଚିକେନକୁ ପକାଇ ଭଲ ଭାବେ ଭାଜି ଦିଅନ୍ତୁ। ଭାଜି ହୋଇଗଲେ ଏହାକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ବଳିଥିବା ତେଲରେ କଟା ପିଆଜ, କଞ୍ଚା ଲଙ୍କା ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଗଲେ ଏଥିରେ କଟା ଅଦା,ରସୁଣ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ, ଗରମ ମସଲା, ଅଳ୍ପ ଲୁଣ ପକାଇ, ଟମାଟୋ ସସ, ଅଳ୍ପ ପାଣି ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଏଥିରେ ଚିକେନ , ଭୁସଙ୍ଗ ପତ୍ର ପକାଇ ୫ ରୁ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ଏହା ପରେ ଏହାକୁ ଏକ ପାତ୍ରକୁ କାଢନ୍ତୁ ଓ ଗରମାଗରମ ଖାଆନ୍ତୁ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories